ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ହେଉ

ପାରଳାଖେମୁଣ୍ଡି,୧୩।୨(ଡି.ଏନ୍‌.ଏ.): ରାଜ୍ୟ ଭାଜପାର ଏକ ଟିମ୍‌ ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ଆନ୍ଧ୍ରପ୍ରଦେଶ ନିର୍ବାଚନ କରୁଥିବା ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଓଡ଼ିଶା ଲୋକଙ୍କୁ ଭୋଟଦାନ ପାଇଁ ମନାଉଥିବା ଆନ୍ଧ୍ରର ପ୍ରଶାସନିକ ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବା ପରେ ସେମାନେ ଫେରି ଯାଇଥିଲେ। ଏହି ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ମୌଳିକ ସମସ୍ୟା ରହିଥିବାରୁ ତୁରନ୍ତ ରାଜ୍ୟ ସରକାର କୋଟିଆ ଭଳି ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରନ୍ତୁ ବୋଲି ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଓ ଭୃଗୁ ବକ୍ସିପାତ୍ର ପ୍ରମୁଖ ଦାବି କରିଛନ୍ତି।
ଶନିବାର ଆନ୍ଧ୍ରରେ ଦ୍ୱିତୀୟ ପର୍ଯ୍ୟୟ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ଗଙ୍ଗାବାଡ଼ ପଞ୍ଚାୟତର କେତେକ ଗଁ। ଏଥିରେ ଭାଗ ନେଉଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ବିରୋଧୀ ଦଳ ନେତା ନାୟକଙ୍କ ନେତୃତ୍ୱରେ ଭାଜପାର ରାଜ୍ୟସ୍ତରୀୟ ଟିମ୍‌ ଶୁକ୍ରବାର ଗଙ୍ଗାବାଡ଼ ମାଣିକପାଟଣାରେ ପହଞ୍ଚତ୍ଥିଲେ। ସେତେବେଳେ ଆନ୍ଧ୍ରର ପ୍ରଶାସନିକ ଅଧିକାରୀମାନେ ଗଁ।ରେ ପଶି ଲୋକଙ୍କୁ ଭୋଟଦାନ ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ମନାଉଥିଲେ। ଭାଜପା ଟିମ୍‌ ସେମାନଙ୍କୁ ଏହି ଅଞ୍ଚଳ ଆନ୍ଧ୍ରର ବୋଲି କ’ଣ ତଥ୍ୟପ୍ରମାଣ ଅଛି ମାଗିବା ସହ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ମାତ୍ର ସେମାନେ ଉତ୍ତର ଦେଇ ନ ପାରିବାରୁ ଯୁକ୍ତିତର୍କ ହୋଇଥିଲା। ପରେ ସମ୍ପୃକ୍ତ ଅଧିକାରୀ ଚାଲି ଯାଇଥିଲେ। ଏହାପରେ ଗଜପତି ଉପଜିଲାପାଳ ଓ ରାୟଗଡ଼ ତହସିଲଦାର ପହଞ୍ଚତ୍ଥିଲେ।
ଆନ୍ଧ୍ରର ଏଭଳି ଅନୁପ୍ରବେଶ ଓ ଓଡ଼ିଶା ଲୋକଙ୍କୁ ପ୍ରଲୋଭିତ କରି ନିର୍ବାଚନରେ ସାମିଲ ପ୍ରୟାସକୁ ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନର ସ୍ଥାଣୁତା ବୋଲି ରାଜ୍ୟ ଭାଜପା ସଭାପତି ମହାନ୍ତି କହିଥିଲେ। ଏଠାରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ସ୍କୁଲ ଥିବାବେଳେ ଷଷ୍ଠ ପଢ଼ିବାକୁ ୧୨ କିଲୋମିଟର ଦୂର ଆନ୍ଧ୍ର ମଞ୍ଜୁସା ଯାଉଛନ୍ତି ଓଡ଼ିଆ ପିଲା। ଡାକ୍ତରଖାନା ନାହିଁ, ବିଦ୍ୟୁତ୍‌ ନାହିଁ, ଯଦ୍ଦ୍ବାରା ସେମାନଙ୍କୁ ଏହିସବୁ ସୁବିଧା ଦେଇ ଆନ୍ଧ୍ର ସରକାର ପ୍ରଲୋଭିତ କରୁଛି ବୋଲି ବକ୍ସିପାତ୍ର ଓ ମହାନ୍ତି କହିଥିଲେ। ଗଜପତି ଉପଜିଲାପାଳ ସଂଗ୍ରାମ ଶେଖର ପଣ୍ଡା ପହଞ୍ଚତ୍ ଭାଜପା ଟିମ୍‌ ସହ ଆଲୋଚନା କରିଥିଲେ। ସପ୍ତାହେ ହେଲା ଲୋକଙ୍କ ସହ ଏନେଇ ଆଲୋଚନା ଚାଲିଛି, ଲୋକମାନେ ନିଜଆଡୁ ନିର୍ବାଚନରେ ସାମିଲ ହେବେ ନାହିଁ ବୋଲି ପ୍ରତିଶ୍ରୁତି ଦେଇଥିବା ସେ ବିରୋଧୀ ଦଳ ନେତାଙ୍କୁ ଅବଗତ କରାଇଥିଲେ। ଭାଜପା ଟିମ୍‌ ସହ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ସୁନୀଲ ମିଶ୍ର, ଡୁଲୁ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri