‘ମୁକାବିଲା ପାଇଁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରୁହ’

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ଛାତ୍ରମାନେ ଦେଶର ଭବିଷ୍ୟତ। ଛାତ୍ରମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ଶିକ୍ଷା ଓ ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। ଲୋକମାନଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ଦଳ ଅନେକ ଭ୍ରମ ସୃଷ୍ଟି କରୁଛନ୍ତି। ଭୁଲ ସୂଚନାକୁ ପ୍ରତିହତ କରିବାକୁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରହିବାକୁ ହେବ। ଏହାକୁ ପ୍ରତିହତ କରିବା ସହ ଲୋକମାନଙ୍କ ନିକଟରେ ପ୍ରକୃତ ସୂଚନା ପହଞ୍ଚାଇବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରକର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ଶୁକ୍ରବାର ଶଙ୍ଖଭବନଠାରେ ଅନୁଷ୍ଠିତ ବିଜୁ ଛାତ୍ର ଜନତା ଦଳର ରାଜ୍ୟସ୍ତରୀୟ କାର୍ଯ୍ୟକାରିଣୀ କମିଟି ବୈଠକକୁ ଭର୍ଚୁଆଲରେ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳ କାମରେ ବିଶ୍ୱାସ କରେ । ‘ମୋ ସରକାର’ ଆଜି ସାଧାରଣ ଲୋକଙ୍କୁ ସଶକ୍ତ କରିଛି। ସରକାର ଲୋକଙ୍କ ଦୁଆରେ ସେବା ଯୋଗାଉଛନ୍ତି। ରାଜ୍ୟର ଶିକ୍ଷା ଭିତ୍ତିଭୂମିକୁ ମଜଭୁତ କରାଯାଉଛି। ଆମର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଦେଶର ଅନ୍ୟ ଏକ ଉତ୍କୃଷ୍ଟ କାର୍ଯ୍ୟକ୍ରମ। ୨୦୦୦ ମସିହାରେ ରାଜ୍ୟରେ ୬ଟି ବିଶ୍ୱବିଦ୍ୟାଳୟ ଥିଲା। ଏବେ ୧୮ଟି ବିଶ୍ୱବିଦ୍ୟାଳୟ ହୋଇଛି। ସେତେେବେଳେ ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଏବେ ୧୧ଟି ସରକାରୀ ମେଡିକାଲ କଲେଜ ହୋଇଛି । ଆହୁରି ଅନେକ ବିଶ୍ୱବିଦ୍ୟାଳୟ ଓ ମେଡିକାଲ କଲେଜ ଖୋଲିବା ଅପେକ୍ଷାରେ ରହିଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ବୃତ୍ତିରେ ବୃଦ୍ଧି କରାଯାଇଛି। ଓଡ଼ିଆ ଭାଷାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷା କରୁଥିବା ପିଲାମାନଙ୍କ ପାଇଁ ଫକୀରମୋହନ ଛାତ୍ରବୃତ୍ତି ଯୋଜନା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟରେ ଉଚ୍ଚଗୁଣଯୁକ୍ତ ଗବେଷଣାକୁ ବଢ଼ାଇବା ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ମାସରେ ମୁଖ୍ୟମନ୍ତ୍ରୀ ଗବେଷଣା ଓ ଅଭିନବ ଫେଲୋଶିପ୍‌ କାର୍ଯ୍ୟକ୍ରମ ଜରିଆରେ ମାସକୁ ୩୦ ହଜାର ଟଙ୍କା ଦେବାର ବ୍ୟବସ୍ଥା କରିଛନ୍ତି। ଏଥିସହିତ ସ୍କୁଲ ସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ଷ୍ଟୁଡେଣ୍ଟସ୍‌ ଏକାଡେମିକ ଆଓ୍ବାର୍ଡ, ଷ୍ଟୁଡେଣ୍ଟସ୍‌ ଲିଡରଶିପ୍‌ ଆଓ୍ବାର୍ଡ ଏବଂ ଷ୍ଟୁଡେଣ୍ଟସ୍‌ ମେରିଟ କମ୍‌ ସ୍କଲାରଶିପ୍‌ ଆଓ୍ବାର୍ଡ ପ୍ରଦାନ କରାଯାଉଛି।
ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ ଇଞ୍ଜିନିୟରିଂ ଓ ମେଡିକାଲ କଲେଜରେ ୧୫ ପ୍ରତିଶତ ସଂରକ୍ଷଣ ରଖାଯାଇଛି। ୫-ଟି ସ୍କୁଲ ରୂପାନ୍ତରରେ ରାଜ୍ୟର ୪୩୦୦ରୁ ଅଧିକ ସ୍କୁଲର ଭିତ୍ତିଭୂମିରେ ରୂପାନ୍ତର ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ନୂଆ ଆଶା, ନୂଆ ସ୍ବପ୍ନ ଜାଗିଛି। ଆଗକୁ କଲେଜ ଭିତ୍ତିଭୂମିରେ ମଧ୍ୟ ୫-ଟି କାର୍ଯ୍ୟକ୍ରମରେ ରୂପାନ୍ତର ହେବ। ନିଯୁକ୍ତି ସବୁବେଳେ ମୋର ଫୋକସ ହୋଇ ରହିଛି। ସରକାରୀ ବିଭାଗଗୁଡ଼ିକରେ ଏବେ ନିଯୁକ୍ତି ଚାଲିଛି।
ପୁଞ୍ଜିନିବେଶ ପାଇଁ ଓଡ଼ିଶା ଦେଶର ଦ୍ୱିତୀୟ ସର୍ବୋତ୍କୃଷ୍ଟ ରାଜ୍ୟରେ ପରିଣତ ହୋଇଛି। ଆମେ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ପ୍ରସ୍ତାବ ପାଇଛୁ। ଯେଉଁଥିରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ସୂଚନା ପ୍ରଯୁକ୍ତି କ୍ଷେତ୍ରରେ ମଧ୍ୟ ବହୁ ସୁଯୋଗ ଅପେକ୍ଷାକରି ରହିଛି। ଆଇବିଏମ୍‌ ଓ ଡେଲୋଏଟ୍‌ ଭଳି ବିଶ୍ୱସ୍ତରୀୟ ସଂସ୍ଥା ଭୁବନେଶ୍ୱରରେ ସେମାନଙ୍କର ଉତ୍କର୍ଷ କେନ୍ଦ୍ର ଖୋଲିଛନ୍ତି। ଆହୁରି ଅନେକ ସଂସ୍ଥା ଆସୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏସବୁ ସଫଳତାକୁ ବନ୍ଧୁମାନଙ୍କ ପାଖରେ ପହଞ୍ଚାନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଛାତ୍ରମାନଙ୍କୁ ପରାମର୍ଶ ଦେଇଛନ୍ତି।
ବିଜୁ ଛାତ୍ର ଜନତା ଦଳର କଲେଜ କମିଟି କଲେଜଗୁଡ଼ିକରେ ଭଲ ସେବା ଯୋଗାଉଛି। ଏହାକୁ ଆହୁରି ମଜଭୁତ କରିବାକୁ ପଡ଼ିବ। ଓଡ଼ିଶା ମୋ ପରିବାର ପାଇଁ ଛାତ୍ରମାନେ ନିଃସ୍ବାର୍ଥପର ସେବା ଯୋଗାଉଛନ୍ତି। ବିପର୍ଯ୍ୟୟ ସମୟରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ରକ୍ତଦାନ ଶିବିର ଆୟୋଜନ କରୁଛନ୍ତି। ବାହାନଗା ରେଳ ଦୁର୍ଘଟଣା ବେଳେ ରକ୍ତଦାନ ଶିବିରକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ପ୍ରାକୃତିକ ଦୁର୍ବିପାକ ହେଉ କିମ୍ବା ଜରୁରୀ ସମୟରେ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଛାତ୍ରକର୍ମୀମାନଙ୍କୁ ଆହ୍ବାନ ଦେଇଛନ୍ତି।
କାର୍ଯ୍ୟକାରିଣୀରେ ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ବିଜେଡି ସଭାପତିଙ୍କୁ ଅବଗତ କରାଯାଇଛି। ବୈଠକରେ ରାଜନୈତିକ, ସାଙ୍ଗଠନିକ, ସଂକଳ୍ପ ଓ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି ।
ଓଡ଼ିଶାରେ ଶିକ୍ଷା ଭିତ୍ତିଭୂମିର ବିକାଶ ପାଇଁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ବ୍ୟୋମକେଶ ରାୟ, ପ୍ରଣବ ବଳବନ୍ତ ରାୟଙ୍କ ସମେତ ବହୁ ଛାତ୍ର କର୍ମୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri