Posted inଜାତୀୟ

ସୋସିଆଲ ମିଡିଆ ପ୍ଲାଟଫର୍ମକୁ ଡିପ୍‌ଫେକ୍‌ ପ୍ରସଙ୍ଗରେ ଚେତାବନୀ ଦେଲେ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଖୁବଶୀଘ୍ର କରିବେ ସାକ୍ଷାତ

ନୂଆଦିଲ୍ଲୀ,୧୮ା୧୧: କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ସୋସିଆଲ ମିଡିଆ ପ୍ଲାଟଫର୍ମକୁ ଡିପ୍‌ଫେକ୍‌ ପ୍ରସଙ୍ଗରେ ଚେତାବନୀ ଦେଇଛନ୍ତି। ସାଉଥ୍‌ ବ୍ୟୁଟି ରଶ୍ମିକା ମନ୍ଦାନା, ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ପରେ କାଜୋଲ ଦେବଗନଙ୍କ ଡିପ୍‌ଫେକ୍‌ ଭିଡିଓ ଅତ୍ୟାଧୁନିକ ଟେକ୍ନୋଲୋଜିର ନକାରାମତ୍କ ଦିଗକୁ ହିଁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।

ଶନିବାର ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ଡିପ୍‌ଫେକ୍‌ ରୋକିବାକୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମଗୁଡ଼ିକୁ ଡିପ୍‌ଫେକ୍‌ ନିୟନ୍ତ୍ରଣ କରିବାକୁ ପଡିବ। ଏହାବିନା ସରକାର କୌଣସି ପଦକ୍ଷେପ ନେଇପାରିବେ ନାହିଁ। ଭାରତୀୟ କୌଣସି ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ୟୁଜର ମାନଙ୍କ ଦ୍ୱାରା ପୋଷ୍ଟ ହୋଇଥିବା କଣ୍ଟେଣ୍ଟ ପାଇଁ ଉତ୍ତରଦାୟୀ ନୁହନ୍ତି।

ଏହା ସହିତ ସେ କହିଛନ୍ତି, ନିକଟରେ କେନ୍ଦ୍ର ସରକାର ସମସ୍ତ ସୋସିଆଲ ମିଡ଼ିଆ କମ୍ପାନୀକୁ ଡିପ୍‌ଫେକ୍‌ ନିୟନ୍ତ୍ରଣ ପାଇଁ ଏବଂ ଏହାକୁ ପ୍ଲାଟଫର୍ମରୁ ହଟାଇବା ପାଇଁ ନୋଟିସ କରିଥିଲେ। ଏହି ନୋଟିସ ଉପରେ ପ୍ଲାଟଫର୍ମ ଗୁଡିକ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ତେବେ ଏହି ଦିଗରେ ଆହୁରି କଠୋର ହେବାକୁ ଆମେ ସେମାନଙ୍କୁ କହିଚୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri