ସଚେତନ ହେଲେ କର୍ମଚାରୀ, ଅଞ୍ଚଳବାସୀ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୁରକ୍ଷା ସଚେତନତା ଅଭିଯାନ ଉଦ୍‌ଯାପିତ ହୋଇଯାଇଛି। ୫୧ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ପ୍ଲାଣ୍ଟ ପରିସରରେ ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳରେ ଏକମାସବ୍ୟାପୀ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସୁରକ୍ଷାକୁ ସୁଦୃଢ କରିବା, ସଡ଼କ ଦୁର୍ଘଟଣାରେ ଆହତ ସଂଖ୍ୟାକୁ କମ୍‌ କରିବା ଏବଂ କର୍ମଚାରୀ, ସେମାନଙ୍କ ପରିବାର ଓ ସ୍ଥାନୀୟ କର୍ମଚାରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ପ୍ରମୁଖ ଲକ୍ଷ୍ୟ ଥିଲା।
ଓଡ଼ିଶା ସରକାରଙ୍କ ଢେଙ୍କାନାଳମଣ୍ଡଳ କାରଖାନା ଏବଂ ବାଷ୍ପିତ୍ର ବିଭାଗ ସହକାରୀ ନିର୍ଦ୍ଦେଶିକା ପୁଷ୍ପମିତ୍ରା ଜେନା ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କର୍ମଚାରୀ, ଭେଣ୍ଡର, ସହଭାଗୀ କର୍ମଚାରୀ ଏବଂ ଟାଟାଷ୍ଟିଲ କର୍ମଚାରୀ ପରିବାରବର୍ଗଙ୍କ ମଧ୍ୟରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ। ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଟାଟାଷ୍ଟିଲ ମେରାମଣ୍ଡଳୀ ସୁରକ୍ଷା ବିଭାଗ ମୁଖ୍ୟ ଅଗମ କୁମାର, ଆଇରନ ମେକିଂ ବିଭାଗ ମୁଖ୍ୟ ଅମିତ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଗ୍ରାମୀଣ ମହିଳା ଏବଂ ଛାତ୍ରୀଛାତ୍ରମାନଙ୍କୁ ସଚେତନ କରିବା ପାଇଁ ଆଖପାଖ ୧୨ଟି ଗ୍ରାମର ୩୦୦ ମହିଳାଙ୍କୁ ନେଇ ନୂଆଗାଁଠାରେ ଏକ କାର୍ଯ୍ୟକ୍ରମ କରାଯାଇଥିଲା। ସେହିପରି ପାଇକପୁରୁଣାକୋଟ ପଞ୍ଚାୟତର ପାରିକୁଳ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ଆୟୋଜିତ ଅଧିବେଶନରେ ଶିକ୍ଷୟିତ୍ରୀ ଶିକ୍ଷକ, ୮୦ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଘରୋଇ ସୁରକ୍ଷା ଉପରେ ସଚେତନତା ସୃଷ୍ଟି କରିବା ନିମନ୍ତେ ଟାଟାଷ୍ଟିଲ ଟାଉନ ଶିପ୍‌ ଅଧିବାସୀଙ୍କ ପାଇଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଢେଙ୍କାନାଳ ମଣ୍ଡଳ କାରଖାନା ଓ ବାଷ୍ପିତ୍ର ବିଭାଗ ସହକାରୀ ନିର୍ଦ୍ଦେଶିକା ପୁଷ୍ପମିତ୍ରା ଜେନା, ଅନୁଗୋଳ ମଣ୍ଡଳ କାରଖାନା ଓ ବାଷ୍ପିତ୍ର ବିଭାଗ ନିର୍ଦ୍ଦେଶିକା ଅର୍ଚ୍ଚନା ଦାସ ଓ ଉପନିର୍ଦ୍ଦେଶକ ଅବନିକାନ୍ତ ନାୟକ, ଟାଟାଷ୍ଟିଲ ମେରାମଣ୍ଡଳିର ସେୟାର୍ଡ ସର୍ଭିସେସ୍‌ ମୁଖ୍ୟ ବେଦ ପ୍ରକାଶ ଠାକୁର, ଅନୁଗୋଳ ଏନର୍ଜୀ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ ଶୈଳେଶ ବର୍ମାଙ୍କ ଉପସ୍ଥିତି ଏକ ସୁରକ୍ଷା କର୍ମଶାଳା ଆୟୋଜିତ ହୋଇଥିଲା। ନିକଟସ୍ଥ ଶିଳ୍ପାନୁଷ୍ଠାନଗୁଡିକରୁ ୫୬ଜଣ ପ୍ରତିନିଧି ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?