ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ ଯାଇପାରୁ ନ ଥିଲା। କିନ୍ତୁ ଏଥର ପୋଲିସ ଆକ୍ସନ ମୋଡକୁ ଆସିଛି। ରାସ୍ତାର ବାମ ପାର୍ଶ୍ୱକୁ ଫାଙ୍କା ରଖିବା ପାଇଁ ୨୦ଟି ଛକରେ ବୋଲାର୍ଡସ(ରୋଡ୍‌ ବ୍ୟାରିକେଡ୍‌) ଲଗାଇଛି। ଫଳରେ ବାମ ପାର୍ଶ୍ୱରେ କେହି ଗାଡ଼ି ରଖିବେ ନାହିଁ। ଯେଉଁମାନେ ଗାଡ଼ି ବାମପାର୍ଶ୍ୱରେ ରଖିବେ କିମ୍ବା ଏହାକୁ ଭାଙ୍ଗିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟ୍ରାଫିକ ଡିସିପି ତପନ ମହାନ୍ତି କହିଛନ୍ତି। ଏହା କିଭଳି କାର୍ଯ୍ୟକାରୀ କରୁଛି ତାହାକୁ ଅନୁଧ୍ୟାନ କରିବା ପାଇଁ ଅତିରିକ୍ତ ପୋଲିସ କମିଶର, ଟ୍ରାଫିକ୍‌ ଡିସିପି ଏବଂ ଅନ୍ୟ ଷ୍ଟାଫ୍‌ ବିଭିନ୍ନ ଛକ ବୁଲି ଦେଖିଛନ୍ତି।
ପ୍ରଥମ ଏକ ମାସ ଲୋକଙ୍କୁ ସଚେତନ କରିବା ପାଇଁ ଛଡ଼ାଯିବ। ପରେ କଡ଼ାକଡ଼ି ହେବ ଏନ୍‌ଫୋର୍ସମେଣ୍ଟ। ଯେଉଁମାନେ ଛକର ବାମପାର୍ଶ୍ୱ ବୋଲାର୍ଡସ ଡେଇଁ ଛିଡ଼ା ହୋଇଥିବେ, ସେମାନଙ୍କ ଘରକୁ ଚାଲାଣ ଯିବ। ସହରରେ ଲାଗିଥିବା ୧ହଜାର ସିସିଟିଭିରୁ ନିୟମ ଉଲ୍ଲଂଘନକାରୀଙ୍କୁ ଚିହ୍ନଟ କରାଯାଇ ଘରକୁ ଚାଲାଣ ପଠାଯିବ। ପ୍ରାଥମିକ ପର୍ଯ୍ୟାୟରେ ରାଜଧାନୀର ୨୦ଟି ଛକରେ ଏହି ବୋଲାର୍ଡସ ଲାଗିଛି। ଏହା ସଫଳ ହେଲେ ସହରର ଅନ୍ୟ ସ୍ଥାନରେ ଲଗାଯିବ। ଯେଉଁମାନେ ସିଧା ଏବଂ ଡାହାଣପଟକୁ ଯିବାକୁ ଥିବେ ସେମାନେ ବୋଲାର୍ଡସ ଭିତରେ ଛିଡ଼ା ହେବ। ଫଳରେ ବାମ ପଟ ଫାଙ୍କା ରହିବ। ଏହା ଲାଗିବା ପରେ ଟ୍ରାଫିକ ନିୟନ୍ତ୍ରଣ କିଛି ମାତ୍ରାରେ ସହାୟକ ହେଉଛି ବୋଲି ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?