ସାବଧାନ ! ଛୋଟପିଲା-ଯୁବବର୍ଗଙ୍କ ଉପରେ ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଳୀ,୧୮।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨ ମାସ ମଧ୍ୟରେ ଦେଶରେ ୧୮ ବର୍ଷରୁ କମ୍‌ ବୟସ୍କ ୮୦ ହଜାର ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ କିଛି ଦିନ ତଳେ ଗୁଜରାଟର ସୁରଟରେ ଜଣେ ୧୪ ଦିନର ନବଜାତ କନ୍ୟାଙ୍କର କରୋନା ଯୋଗୁ ମୃତ୍ୟୁ ଘଟିଛି। ଫଳରେ ଦେଶରେ ଅଭିଭାବକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ସେମାନେ ପିଲାଙ୍କୁ ବାହାରକୁ ଛାଡ଼ିବାକୁ ସୁରକ୍ଷିତ ମଣୁ ନାହାନ୍ତି। କେବଳ ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଛତିଶଗଡ଼, କର୍ନାଟକ ଏବଂ ଦିଲ୍ଲୀରେ କରୋନାରେ ଆକ୍ରାନ୍ତ ହୋଇଥିବା ୭୯ ହଜାର ୬୮୮ ଜଣ ଛୋଟ ପିଲା ଏବଂ ଯୁବବର୍ଗଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ରରେ ମାର୍ଚ୍ଚରୁ ଏପ୍ରିଲ୍‌ ୪ ମଧ୍ୟରେ ୬୦ ହଜାର ୬୮୪ ଜଣ ଜଣ ଛୋଟ ପିଲା ଏବଂ ଯୁବବର୍ଗ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯ ହଜାର ୮୮୨ ଜଣ ପାଞ୍ଚ ବର୍ଷରୁ କମ୍‌ ବୟସ୍କ ଶିଶୁ ଅଛନ୍ତି। ସେହିପରି ଛତିଶଗଡ଼ରେ ୫ ହଜାର ୯୪୦ ଜଣ ଜଣ ଛୋଟ ପିଲା ଏବଂ ଯୁବବର୍ଗଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେଥିମଧ୍ୟରେ ୯୨୨ ଜଣଙ୍କ ବୟସ ୫ ବର୍ଷରୁ କମ ରହିଛି। ଉତ୍ତରପ୍ରଦେଶରେ ୩ ହଜାର ୪ ଜଣ ଛୋଟ ପିଲା ଏବଂ ଯୁବବର୍ଗଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେଥିମଧ୍ୟରେ ୪୭୧ ଜଣଙ୍କ ବୟସ ୫ ବର୍ଷରୁ କମ ଅଛି। କର୍ନାଟକରେ ୮୭୧ ଜଣ ଛୋଟ ପିଲାରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଦିଲ୍ଲୀରେ ୪ ଏପ୍ରିଲ୍‌ ସୁଦ୍ଧା ୨ ହଜାର ୭୩୩ ଜଣ ଛୋଟପିଲା ଏବଂ ଯୁବବର୍ଗଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେଥିମଧ୍ୟରେ ୪୪୧ ଜଣଙ୍କ ବୟସ ୫ରୁ କମ ରହିଛି। କରୋନାର ଦ୍ୱିତୀୟ ଲହରରେ ଏଭଳି ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଥିବାରୁ ସରକାର ସମସ୍ତ ସ୍କୁଲ କଲେଜ, ବିଶ୍ୱବିଦ୍ୟାଳୟ ଏବଂ କୋଚିଂ ସେଣ୍ଟର ବନ୍ଦ କରିବାକୁ ନିଷ୍ପତ୍ତ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri