ଗରମ ଚା’ ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ

ଏକ ଗବେଷଣାରୁ ଜଣାପଡ଼ିଛି, ଗରମ ଚା’ ପିଇବା ଦ୍ୱାରା ଗଳା କ୍ୟାନସର୍‌ ଆଶଙ୍କା ଦେଖାଦେଇଥାଏ। ଗବେଷଣା ମୁତାବକ, ଯେଉଁ ଲୋକମାନେ ଦୈନନ୍ଦିନ ୭୫ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରାର ଚା’ ପିଇଥାନ୍ତି, ସେମାନଙ୍କ ମଧ୍ୟରେ ଏହି କ୍ୟାନସର୍‌ ଆଶଙ୍କା ଦ୍ୱିଗୁଣା ବୃଦ୍ଧି ପାଇଥାଏ। ଅନେକଙ୍କ ଅଭ୍ୟାସ ଥାଏ, କପ୍‌ରେ ଚା’ ଢଳାଯିବା ମାତ୍ରକେ ପିଇବା ଆରମ୍ଭ ହୋଇଯାଏ। ଯଦି ଏ ଅଭ୍ୟାସ ଆପଣଙ୍କର ବି ରହିଛି, ତେବେ ଏବେଠାରୁ ସାବଧାନ ହୋଇଯାନ୍ତୁ। କାରଣ ଚା’ କପ୍‌ରେ ଢଳାଯିବାର ୪ ମିନିଟ୍‌ ପରେ ପିଇବା ଦ୍ୱାରା ଏହି କ୍ୟାନସର୍‌ ଆଶଙ୍କା ସୃଷ୍ଟି ହୋଇ ନ ଥାଏ। ଆମେରିକାନ୍‌ କ୍ୟାନସର୍‌ ସୋସାଇଟିର ଲିଡ୍‌ ଆର୍ଥର୍‌ ଫରହଦ୍‌ ଇସ୍‌ଲାମୀଙ୍କ ମୁତାବକ, ଚା’, କଫି କମ୍ବା ଅନ୍ୟ କୌଣସି ଗରମ ପାନୀୟ ପଦାର୍ଥ ସ୍ବାସ୍ଥ୍ୟର ଶତ୍ରୁ ପାଲଟିଥାଏ। ଗବେଷଣାରେ ପ୍ରାୟ ୫୦ହଜାର ଲୋକଙ୍କୁ ସାମିଲ କରାଯାଇଥିଲା। ଏମାନଙ୍କ ବୟସ ପ୍ରାୟ ୪୦ରୁ ୭୫ ବର୍ଷ ମଧ୍ୟରେ ଥିଲା। ନିଷ୍କର୍ଷରୁ ଜଣାପଡ଼ିଲା, ପ୍ରତିଦିନ ୭୦୦ ଏମ୍‌ଏଲ୍‌ ଗରମ ଚା’(୬୦ ଡିଗ୍ରୀ ସେଲ୍‌ସିୟସ୍‌ କିମ୍ବା ତା’ଠୁ ଅଧିକ) ତାପାମାତ୍ରାରେ ପିଇବା ଦ୍ୱାରା ଗଳା କ୍ୟାନସର୍‌ ଆଶଙ୍କା ୯୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri