ସାବଧାନ ! ବନ୍ଦ ଘରେ ଅଧିକ-ଖୋଲା ପବନରେ କମ୍‌ ସଂକ୍ରମଣ ଆଶଙ୍କା…

ଓ୍ବାଶିଂଟନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ବନ୍ଦ ଘରେ ଅଧିକ ହୋଇଥାଏ। ଅପରପକ୍ଷରେ ବାହାର ଖୋଲା ପବନରେ ସଂକ୍ରମଣ ଆଶଙ୍କା କମ୍‌ ରହିଥାଏ। ବନ୍ଦ ଘରେ ସଂକ୍ରମଣ ହେବା ଆଶଙ୍କା ୧୧୮ ପ୍ରତିଶତ ବଢ଼ିଯାଇଥାଏ। ତେବେ ବାୟୁ ଚଳାଚଳ ହେଉଥିବା ଅଞ୍ଚଳରେ ସଂକ୍ରମଣ ଆଶଙ୍କା ୧୦ ପ୍ରତିଶତ କମ୍‌ ହୋଇଥାଏ ବୋଲି ଆମେରିକାର କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମହାମାରୀ ଏବଂ ପ୍ରାଣୀ ବିଭାଗ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସ୍ତ୍ରୀ ରୋଗ ବିଶେଷଜ୍ଞ ଡ. ପଲ୍‌ ସିକ୍ସ୍‌ଙ୍କ ଅନୁସାରେ ଖୋଲା ପବନରେ କରୋନା ଭୂତାଣୁ ଅଧିକ ସମୟ ଜୀବିତ ରହିପାରି ନ ଥାଏ। ଅପରପକ୍ଷରେ ବନ୍ଦ ଘରେ ଏହା ଅଧିକ ସମୟ ସକ୍ରିୟ ରହିଥାଏ। ଏସମ୍ପର୍କିତ ସର୍ଭେ ରିପୋର୍ଟ ‘ ଦ ନ୍ୟୁ ଓ୍ବାଲର୍‌ଡ ଜର୍ନାଲ’ରେ ପ୍ରକାଶ ପାଇଛି। ଭିଡ଼ ଅଞ୍ଚଳରେ କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ୩୩ ପ୍ରତିଶତ ରହିଥାଏ ବୋଲି ଏଥିରେ ଦର୍ଶାଯାଇଛି। ଜନ ଗହଳି ଅଞ୍ଚଳରେ କରୋନା ସୁପର ସ୍ପ୍ରେଡ଼ର ସାଜିଥାଏ ବୋଲି ପ୍ରଫେସର ଡ. ନୁଶିନ୍‌ ରଜାନି କହିଛନ୍ତି। ଖୋଲା ପବନରେ ସଂକ୍ରମଣ ହେବା ଆଶଙ୍କା ସମୟ ଅବଧି ଉପରେ ନିର୍ଭର କରିଥାଏ। ଜଣେ କେତେ ସମୟ ବାହାରେ ରହୁଛନ୍ତି ତାହା ଉପରେ ସଂକ୍ରମଣର ପ୍ରଭାବ ଅନୁଭୁତ ହୋଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?