ସୋସିଆଲ ମିଡିଆ ବ୍ୟବହାରକାରୀ ରୁହନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ କ୍ରାଇମବ୍ରାଞ୍ଚ ଗାଇଡ୍‌ଲାଇନ୍‌ ଜାରି କରିଛି। ଆକାଉଣ୍ଟ ଖୋଲିବା ସମୟରେ ସତର୍କ ରହିବାକୁ କୁହାଯାଇଛି। ଏହା ସହିତ ସୋସିଆଲ ମିଡିଆରେ ନିଜର ଅତି ଗୋପନୀୟ ତଥ୍ୟ ନ ଦେବାକୁ ପରାମର୍ଶ ଦିଆଯାଇଛି।

ସେହିପରି ଅଜଣା ବ୍ୟକ୍ତିଙ୍କୁ ଫ୍ରେଣ୍ଡ୍‌ ରିକ୍ୱେଷ୍ଟ ପଠାନ୍ତୁ ନାହିଁ କି ଗ୍ରହଣ କରନ୍ତୁ ନାହିଁ। ସୋସିଆଲ ମିଡିଆରେ ଖରାପ ତଥ୍ୟ କିମ୍ବା ମତାମତ ଆଦୌ ଦିଅନ୍ତୁ ନାହିଁ । ଜଣେ ବ୍ୟକ୍ତି ଏକାଧିକ ଆକାଉଣ୍ଟ ଖୋଲନ୍ତୁ ନାହିଁ । ମେସେଜ୍‌ ଫରୱାର୍ଡ ପୂର୍ବରୁ ସାବଧାନ ଓ ସତର୍କ ରୁହନ୍ତୁ । ମାଗଣା ଓ୍ବାଇଫାଇ ବ୍ୟବହାର ବେଳେ ସାବଧାନତା ଅବଲମ୍ବନ କରନ୍ତୁ । ଆପଣଙ୍କ ପାଖକୁ ଆସୁଥିବା ଲିଙ୍କ୍‌, ଭିଡିଓ ତଥା ଅଡିଓ ଫାଇଲକୁ ଭଲ ଭାବେ ଯାଞ୍ଚ କରନ୍ତୁ। କୌଣସି ଅଜଣା ଲିଙ୍କକୁ ହଠାତ୍‌ କ୍ଲିକ୍‌ କରନ୍ତୁ ନାହିଁ । ଅଜଣା ମେଲରୁ ଡାଉନଲୋଡ କରନ୍ତୁ ନାହିଁ। କାରଣ ଏଥିରେ ଭାଇରସ ଥାଇପାରେ ଯାହାକି ଆପଣଙ୍କ ତଥ୍ୟ ଚୋରି ହେବାର ସମ୍ଭାବନା ରହିଛି ବୋଲି ପୋଲିସ ପକ୍ଷରୁ ଟୁଇଟ୍‌ ମାଧ୍ୟମରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri