ନିଷ୍ଠାପର ହୁଅ, ବୌଦ୍ଧିକ ବିକାଶକୁ ଧ୍ୟାନ ଦିଅ

ଢେଙ୍କାନାଳ ଅଫିସ, ୧୭।୯: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଗୁରୁବାର ଶିକ୍ଷା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ଶିକ୍ଷାନୁଷ୍ଠାନରେ ପିଲାଙ୍କୁ ଉତ୍ତମ ଶିକ୍ଷାଦାନ, ସେମାନଙ୍କ ଯାତାୟାତ ଲାଗି ଆବଶ୍ୟକ ସୁବିଧା, ଗୁଣାତ୍ମକ ଶିକ୍ଷା ଏବଂ ନିଷ୍ଠାପର ହୋଇ ପିଲାଙ୍କ ବୌଦ୍ଧିକ ବିକାଶ ଉପରେ ଧ୍ୟାନ ଦେବାକୁ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ ନିୟମିତ ଅଭିଭାବକ-ଶିକ୍ଷକ ବୈଠକ କରିବା, ‘୫-ଟି’ ଅନ୍ତର୍ଭୁକ୍ତ ବିଦ୍ୟାଳୟରେ ଇଣ୍ଟରନେଟ ବ୍ୟବସ୍ଥା, ଗରିବ ଓ ମେଧାବୀ ପିଲାଙ୍କୁ ସ୍ବତନ୍ତ୍ର କୋଚିଂ, ସ୍କୁଲରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଆବଶ୍ୟକ ସ୍ଥଳେ ପିଲାଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା କରିବା, ‘୫-ଟି’ ସ୍କୁଲକୁ ବିଇଓଙ୍କ ସମେତ ନିର୍ଦ୍ଧାରିତ ୨୩ ଅଧିକାରୀ ଗସ୍ତକରି ତଦାରଖ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ସମସ୍ତ ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ବସ୍‌ ବ୍ୟବସ୍ଥା କରିବା, ବସ୍‌ରେ ଯାତାୟାତ ବେଳେ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ଜିଲାପାଳ ଉପସ୍ଥିତ ବସ୍‌ ମାଲିକମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଯୁକ୍ତ୨ ଓ ଯୁକ୍ତ୩ ଶ୍ରେଣୀ ପାଇଁ ବିଭିନ୍ନ କଲେଜର ଜମି ଅଧିଗ୍ରହଣ, ଶ୍ରେଣୀ ଗୃହ ନିର୍ମାଣ ସମ୍ପର୍କରେ ଜିଲାପାଳ ପ୍ରିନ୍ସିପାଲଙ୍କ ସହିତ ଆଲୋଚନା କରିଛନ୍ତି। ଶିକ୍ଷା ପ୍ରଣାଳୀକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲାର ସମସ୍ତ ବିଇଓ, ଏବିଇଓଙ୍କୁ ଲାପଟପ୍‌ ପ୍ରଦାନ କରାଯାଇଥିଲା। ଏଥିପୂର୍ବରୁ ୧୩୬ ସିଆରସିସିଙ୍କୁ ଡେକ୍ସଟପ୍‌ ପ୍ରଦାନ କରାଯାଇଥିବା ସୂଚନା ଦିଆଯାଇଥିଲା।
‘ଇଚ୍‌ ୱାନ୍‌ ଟିଚ୍‌ ୱାନ’ କାର୍ଯ୍ୟକ୍ରମରେ ଜିଲାର ୪,୮୭୯ ଶିକ୍ଷକ ୫୬୧୧ଜଣଙ୍କୁ ସାକ୍ଷର କରିବା ଗୌରବର ବିଷୟ ବୋଲି ଜିଲାପାଳ କହିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ ମହାପାତ୍ର, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ବହୁ ବସ୍‌ମାଲିକ, କଲେଜର ପ୍ରିନ୍ସିପାଲ, ଶିକ୍ଷାଧିକାରୀ ଓ ଅଭିଭାବକମାନେ ଉପସ୍ଥିତ ଥିଲା। ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସସ୍ମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri