ନିଷ୍ଠାପର ହୁଅ, ବୌଦ୍ଧିକ ବିକାଶକୁ ଧ୍ୟାନ ଦିଅ

ଢେଙ୍କାନାଳ ଅଫିସ, ୧୭।୯: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଗୁରୁବାର ଶିକ୍ଷା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଯୋଗଦେଇ ଶିକ୍ଷାନୁଷ୍ଠାନରେ ପିଲାଙ୍କୁ ଉତ୍ତମ ଶିକ୍ଷାଦାନ, ସେମାନଙ୍କ ଯାତାୟାତ ଲାଗି ଆବଶ୍ୟକ ସୁବିଧା, ଗୁଣାତ୍ମକ ଶିକ୍ଷା ଏବଂ ନିଷ୍ଠାପର ହୋଇ ପିଲାଙ୍କ ବୌଦ୍ଧିକ ବିକାଶ ଉପରେ ଧ୍ୟାନ ଦେବାକୁ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ ନିୟମିତ ଅଭିଭାବକ-ଶିକ୍ଷକ ବୈଠକ କରିବା, ‘୫-ଟି’ ଅନ୍ତର୍ଭୁକ୍ତ ବିଦ୍ୟାଳୟରେ ଇଣ୍ଟରନେଟ ବ୍ୟବସ୍ଥା, ଗରିବ ଓ ମେଧାବୀ ପିଲାଙ୍କୁ ସ୍ବତନ୍ତ୍ର କୋଚିଂ, ସ୍କୁଲରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଆବଶ୍ୟକ ସ୍ଥଳେ ପିଲାଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା କରିବା, ‘୫-ଟି’ ସ୍କୁଲକୁ ବିଇଓଙ୍କ ସମେତ ନିର୍ଦ୍ଧାରିତ ୨୩ ଅଧିକାରୀ ଗସ୍ତକରି ତଦାରଖ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ସମସ୍ତ ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ବସ୍‌ ବ୍ୟବସ୍ଥା କରିବା, ବସ୍‌ରେ ଯାତାୟାତ ବେଳେ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ଜିଲାପାଳ ଉପସ୍ଥିତ ବସ୍‌ ମାଲିକମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଯୁକ୍ତ୨ ଓ ଯୁକ୍ତ୩ ଶ୍ରେଣୀ ପାଇଁ ବିଭିନ୍ନ କଲେଜର ଜମି ଅଧିଗ୍ରହଣ, ଶ୍ରେଣୀ ଗୃହ ନିର୍ମାଣ ସମ୍ପର୍କରେ ଜିଲାପାଳ ପ୍ରିନ୍ସିପାଲଙ୍କ ସହିତ ଆଲୋଚନା କରିଛନ୍ତି। ଶିକ୍ଷା ପ୍ରଣାଳୀକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲାର ସମସ୍ତ ବିଇଓ, ଏବିଇଓଙ୍କୁ ଲାପଟପ୍‌ ପ୍ରଦାନ କରାଯାଇଥିଲା। ଏଥିପୂର୍ବରୁ ୧୩୬ ସିଆରସିସିଙ୍କୁ ଡେକ୍ସଟପ୍‌ ପ୍ରଦାନ କରାଯାଇଥିବା ସୂଚନା ଦିଆଯାଇଥିଲା।
‘ଇଚ୍‌ ୱାନ୍‌ ଟିଚ୍‌ ୱାନ’ କାର୍ଯ୍ୟକ୍ରମରେ ଜିଲାର ୪,୮୭୯ ଶିକ୍ଷକ ୫୬୧୧ଜଣଙ୍କୁ ସାକ୍ଷର କରିବା ଗୌରବର ବିଷୟ ବୋଲି ଜିଲାପାଳ କହିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଉଦୟ ମହାପାତ୍ର, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ବହୁ ବସ୍‌ମାଲିକ, କଲେଜର ପ୍ରିନ୍ସିପାଲ, ଶିକ୍ଷାଧିକାରୀ ଓ ଅଭିଭାବକମାନେ ଉପସ୍ଥିତ ଥିଲା। ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସସ୍ମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri