ସଚ୍ଚୋଟ ହୁଅ, ବୃତ୍ତିକୁ ଭଲପାଅ

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ଓକିଲ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ‘ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ କୃଷ୍ଣରାମ ମହାପାତ୍ର ଅତିଥି ଭାବେ ଯୋଗଦେଇ କହିଲେ, ସମାଜ ଗଠନରେ ଯୁବ ଆଇନଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ସଚ୍ଚୋଟ ହେବା ସହିତ ବୃତ୍ତିକୁ ଭଲ ପାଇବା ଦରକାର। ଦୈନିକ କିଛି ନା କିଛି ଶିଖିବା ଉଦ୍ଦେଶ୍ୟ ରଖି ଲାଇବ୍ରେରିରେ ୧୦% ସମୟ ଦେବାକୁ ପଡ଼ିବ। କାରଣ ଲାଇବ୍ରେରି ହେଉଛି ଆଇନଜୀବୀଙ୍କ ବଡ ସମ୍ପତ୍ତି। କୌଣସି ଆଶା ନ ରଖି ଅଧିକ ଜ୍ଞାନ ଆହରଣ ପାଇଁ ବ୍ରତୀ ହେବାକୁ ସେ ପରାମର୍ଶ ଦେଇଥିଲେ। ଅନ୍ୟତମ ଅତିଥି ଭାବେ ହାଇକୋର୍ଟ ବିଚାରପତି ଜଷ୍ଟିସ ଶଶିକାନ୍ତ ମିଶ୍ର ଯୋଗଦେଇ କହିଲେ, ସ୍ବାଧୀନତା ସଂଗ୍ରାମରେ ଆଇନଜୀବୀଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ଉତ୍କଳ ଗୌରବ ମଧୁସୂଦନ ଓଡ଼ିଆଙ୍କ ସ୍ବାଭିମାନର ପ୍ରତୀକ ଥିଲେ। ମଧୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ସେ ଆଇନଜୀବୀଙ୍କୁ ଆହ୍ବାନ ଦେଇଛନ୍ତି। ଅନ୍ୟତମ ଅତିଥି ଜିଲା ଦୌରାଜଜ୍‌ ଶରତ ଚନ୍ଦ୍ର ଦେହୁରୀ ଆଇନସେବାରେ ଢେଙ୍କାନାଳ ଜିଲାର ଭୂମିକା, ବରିଷ୍ଠ ଆଇନଜୀବୀ ନବୀନଚନ୍ଦ୍ର ନାରାୟଣ ଦାସ ଏବଂ କୃଷ୍ଣଚନ୍ଦ୍ର ସାହୁ ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲା ଓକିଲ ସଂଘ ସଭାପତି ସଞ୍ଜୟ କୁମାର ମିଶ୍ର ହାଇକୋର୍ଟ, ଢେଙ୍କାନାଳ ସିଭିଲ କୋର୍ଟର ଐତିହ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ସାଧାରଣ ସମ୍ପାଦକ ଟଙ୍କଧର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବନ୍ଦେ ଉତ୍କଳଜନନୀ ସଙ୍ଗୀତ ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri