ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରାଯାଉ

ଖଡ଼ିଆଳ,୨୪।୨(ଡି.ଏନ.ଏ.): କେନ୍ଦ୍ର ସରକାର ପ୍ରତେକ ଗ୍ରାମକୁ ପକ୍କା ରାସ୍ତା ଯୋଗାଇବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କରିଛନ୍ତି। ହେଲେ ଏଯାଏଁ ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗଡରମୁଣ୍ଡା ପଞ୍ଚାୟତ ସାଗୁନଡ଼ଙ୍ଗରି ଗ୍ରାମ ରାସ୍ତାକୁ କେନ୍ଦ୍ର ସରକାରଙ୍କ ଏହି ଯୋଜନାରେ ସାମିଲ କରାଯାନିହିଁ। ଫଳରେ ରାସ୍ତା ଅବସ୍ଥା ବର୍ତ୍ତମାନ ଶୋଚନୀୟ ଅବସ୍ଥାରେ ପଡ଼ି ରହିଥିବା ବେଳେ ଏହି ରାସ୍ତା ଦେଇ ଅନେକ ଛାତ୍ରୀଛାତ୍ର ତଥା ଗ୍ରାମବାସୀ ଯିବା ଆସିବା କରୁଥିବା ବେଳେ ଅନେକ ସମୟରେ ଛୋଟ ବଡ଼ ଦୁର୍ଘଟଣାର ଶିକାର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ରାସ୍ତାର ଅନେକ ସ୍ଥାନରେ ଖାଲଢିପ ହୋଇ ପଡ଼ି ରହିଥିବାବେଳେ ବର୍ଷ ବର୍ଷ ଧରି ଏହି ରାସ୍ତା ମରାମତି ହୋଇନାହିଁ। ଫଳରେ ଅନେକ ସ୍ଥାନରେ ପଥର ବାହାରି ଥିବାରୁ ଯାତାୟାତ ପାଇଁ ଅନେକ ଅସୁବିଧା ସମ୍ମୁଖୀନ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଗ୍ରାମ ୩୫୩ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରିବା ସହ ୫ଟି ପଞ୍ଚାୟତକୁ ଯୋଗାଯୋଗ କରୁଛି। ଫଳରେ ଅନେକ ଗ୍ରାମବାସୀ ଏହି ରାସ୍ତା ଉପରେ ନିର୍ଭର କରି ଯାତାୟାତ କରିଥାନ୍ତି। ଜିଲା ପ୍ରଶାସନ ଦୃଷ୍ଟି ଦେଇ ଏହି ସଡକକୁ ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରିବାକୁ ସାଗୁନଡଙ୍ଗରି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri