ପ୍ରତି ମୁହୂର୍ତ୍ତ ପାଇଁ ପ୍ରସ୍ତୁତ ରୁହ

ବେଜିଂ, ୬।୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଦେଶର ସୈନ୍ୟବାହିନୀକୁ ପ୍ରତ୍ୟେକ ମୁହୂର୍ତ୍ତରେ କାର୍ଯ୍ୟାଷ୍ଠାନ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସବୁ ସମୟରେ ପ୍ରସ୍ତୁତିକୁ ସୁନିଶ୍ଚିତ କରିବାକୁ ହେଲେ ପ୍ରକୃତ ଯୁଦ୍ଧ ସ୍ଥିତି ଭଳି ପ୍ରଶିକ୍ଷଣ ବଢ଼ାଇବାକୁ ସେ ସଶସ୍ତ୍ର ବଳକୁ ଆହ୍ବାନ ଦେଇଛନ୍ତି।
ସୈନ୍ୟମାନଙ୍କ ସାମର୍ଥ୍ୟ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବଢ଼ାଇବାକୁ ଫ୍ରଣ୍ଟଲାଇନ ଫ୍ରିକ୍ସନ୍‌ର ବ୍ୟବହାର ଜରୁରୀ। ଏଥିସହିତ ଟେକ୍‌ନୋଲୋଜି ଉପରେ ଅଧିକ ଗୁରୁତ୍ୱ ଦେବାକୁ ଜିନ୍‌ପିଙ୍ଗ କହିଛନ୍ତି। କେନ୍ଦ୍ରୀୟ ସାମରିକ ଆୟୋଗ (ସିଏମ୍‌ସି)କୁ ୨୦୨୧ରେ ଏହା ଜିନ୍‌ପିଙ୍ଗ୍‌ଙ୍କ ପ୍ରଥମ ନିର୍ଦ୍ଦେଶନାମା।
ଗତବର୍ଷ ଜୁନ୍‌ରେ ଗଲ୍‌ଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଏଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର କେତେ ମରିଥିଲେ ତାହା ସେ ପ୍ରକାଶ କରି ନ ଥିଲା। ଅନେକ ଚାଇନା ସୈନ୍ୟ ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିବାରୁ ଏଭଳି ସଂଘର୍ଷ ହୋଥିଲା। ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ ୨୦୧୨ରେ ସିଏମ୍‌ସି ମୁଖ୍ୟ ହୋଇଥିଲେ। ଚାଇନା ସୈନ୍ୟବାହିନୀକୁ ଆଧୁନିକୀକରଣ କରିବା ଲାଗି ସେ ୨୦୧୫ରେ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଥିଲେ। ଏହି ଆଧୁନିକୀକରଣ କାର୍ଯ୍ୟ ୨୦୨୦ରେ ଶେଷ ହେବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ସେହିପରି ଦକ୍ଷିଣ ଚାଇନା ସାଗରରେ ଆମେରିକାର ଉପସ୍ଥିତିକୁ ରୋକିବା ଲାଗି ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ତାଇଓ୍ବାନ୍‌କୁ ଟାର୍ଗେଟ କରି ସମରାଭ୍ୟାସ ବଢ଼ାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri