ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। ଏହି ନୀତି ଅନୁସରଣ କରି ଓଡ଼ିଶା ଭଳି ଗୋଟିଏ ବିପର୍ଯ୍ୟୟପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ। ପ୍ରତ୍ୟେକ ବର୍ଷର ଜୁନ୍‌ ମାସରୁ ଅକ୍ଟୋବର ଅତି ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡ଼ି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।
ସମସ୍ତ ପ୍ରଶାସନିକ କଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥାକୁ ପ୍ରସ୍ତୁତ କରି ରଖିବା ଜରୁରୀ। ଏହାସହ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ। ବିପର୍ଯ୍ୟୟପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ପଦାର୍ଥ ମହଜୁଦ ରଖିବା, ଜିଲାସ୍ତରୀୟ ଜରୁରିକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଏବଂ ବୟସ୍କ ଲୋକଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି ସେନେଇ ସୂଚନା ଦେଇଥିଲେ । ସେ କହିଥିଲେ, ରାଜ୍ୟରେ ୮୭୯ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବିଶେଷକରି ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟ ପ୍ରତିରୋଧୀ ଗୃହ ନିର୍ମାଣ କରାଯାଉଛି। ଏହି ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରମୁଖ ବକ୍ତବ୍ୟ ରଖି ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ମତାମତ ରଖିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଛନ୍ତି। ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଙ୍କ ସମେତ ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲାର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri