ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। ଏହି ନୀତି ଅନୁସରଣ କରି ଓଡ଼ିଶା ଭଳି ଗୋଟିଏ ବିପର୍ଯ୍ୟୟପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ। ପ୍ରତ୍ୟେକ ବର୍ଷର ଜୁନ୍‌ ମାସରୁ ଅକ୍ଟୋବର ଅତି ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡ଼ି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ। ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି। ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।
ସମସ୍ତ ପ୍ରଶାସନିକ କଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥାକୁ ପ୍ରସ୍ତୁତ କରି ରଖିବା ଜରୁରୀ। ଏହାସହ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ। ବିପର୍ଯ୍ୟୟପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ପଦାର୍ଥ ମହଜୁଦ ରଖିବା, ଜିଲାସ୍ତରୀୟ ଜରୁରିକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଏବଂ ବୟସ୍କ ଲୋକଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି ସେନେଇ ସୂଚନା ଦେଇଥିଲେ । ସେ କହିଥିଲେ, ରାଜ୍ୟରେ ୮୭୯ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବିଶେଷକରି ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟ ପ୍ରତିରୋଧୀ ଗୃହ ନିର୍ମାଣ କରାଯାଉଛି। ଏହି ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରମୁଖ ବକ୍ତବ୍ୟ ରଖି ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ମତାମତ ରଖିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଛନ୍ତି। ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଙ୍କ ସମେତ ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲାର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?