‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍‌ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇପାରେ। ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ସାମ୍ନା କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ବୁଧବାର ଭିଡିଓ କନ୍‌ଫରେନ୍ସରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି କହିଛନ୍ତି, ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ୍‌ ଓ ଅଗ୍ନିସେବା ୟୁନିଟ୍‌ଗୁଡ଼ିକ ତୁରନ୍ତ ପଦକ୍ଷେପ ନେବା ପାଇଁ ସତର୍କ ହୋଇ ରହିବା ଜରୁରୀ । ବିପଦସଙ୍କୁଳ ଓ ଅଗମ୍ୟ ଅଞ୍ଚଳରେ ଯଥେଷ୍ଟ ପରିମାଣର ଖାଦ୍ୟପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ ରଖିବା ଆବଶ୍ୟକ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ୍‌ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସବୁ ଜିଲା ଓ ସମ୍ପୃକ୍ତ ବିଭାଗଗୁଡ଼ିକରେ କଣ୍ଟ୍ରୋଲ ରୁମ୍‌ ୨୪ ଘଣ୍ଟା ଖୋଲା ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ଓ ବୟୋଜ୍ୟେଷ୍ଠଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ୍‌ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସମ୍ପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡ଼ି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସମସ୍ତ ବିଷୟଗୁଡ଼ିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ଲୋକମାନଙ୍କୁ ଠିକ୍‌ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରି ନବୀନ କହିଛନ୍ତି, ମହାମାରୀର ପ୍ରଭାବ ସତ୍ତ୍ବେ ଓଡ଼ିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ଏଥିପାଇଁ ସରକାରଙ୍କ ସବୁ ବିଭାଗ ମିଳିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି। ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ଯ୍ୟୟର ପ୍ରଭାବକୁ କମ୍‌ କରାଯାଇପାରିବ।
ଓଡ଼ିଶା ଦେଶରେ ସବୁଠାରୁ ଅଧିକ ବିପର୍ଯ୍ୟୟପ୍ରବଣ ରାଜ୍ୟ। ବନ୍ୟା, ବାତ୍ୟା, ମରୁଡ଼ି ଭଳି ବିଭିନ୍ନ ପ୍ରକାର ବିପର୍ଯ୍ୟୟକୁ ରାଜ୍ୟ ନିୟମିତ ଭାବରେ ସାମ୍ନା କରିଆସୁଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢ଼ିବା ସହିତ ଅଧିକ ସଂଖ୍ୟକ ବିପତ୍ତି ଦେଖାଦେଉଛି। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସମସ୍ତ ବିପର୍ଯ୍ୟୟପ୍ରବଣ ଅଞ୍ଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କର ଶିକ୍ଷା, ସରକାରୀ କର୍ମଚାରୀ ଓ ପ୍ରତିନିଧିମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରକୃତିର ବିଭୀଷିକାକୁ ମୁକାବିଲା ପାଇଁ ଆମକୁ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
୨୦୨୦-୨୧ରେ ବାତ୍ୟା ‘ଅମ୍ଫନ’ ଓ ‘ୟାସ୍‌’କୁ ରାଜ୍ୟ ସାମ୍ନା କରିଛି। ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି। ଆମେ ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଆଲୋଚନାରେ ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ନରସିଂହ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବିଧାୟକ ପ୍ରତାପ କେଶରୀ ଦେଓ, ବିଧାୟକ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ମତାମତ ଦେଇଛନ୍ତି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରାରମ୍ଭିକ ଭାଷଣରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ୍‌ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବୈଠକରେ ମନ୍ତ୍ରିମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?