ସମ୍ଭାବ୍ୟ ବାତ୍ୟା ଲାଗି ପ୍ରସ୍ତୁତ ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ଓଡ଼ିଶାର ଭୌଗୋଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟାପ୍ରବଣ ହୋଇ ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ସହିତ ଅକ୍ଟୋବର ଓ ନଭେମ୍ବରରେ ରାଜ୍ୟରେ ଭୀଷଣ ବାତ୍ୟା ଅନୁଭୂତ ହୁଏ। ବେଳେବେଳେ ଏହା ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ କହିଛନ୍ତି, ବର୍ତ୍ତମାନ ଓଡ଼ିଶାର ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି। ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର କୌଣସି ସୂଚନା ନାହିଁ।
ବୈଠକରୁ ଜଣାପଡ଼ିଛି, ଇତିମଧ୍ୟରେ ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ଼ କରାଯାଇଛି। ଜିଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି। ଗୋପାଳପୁର ଓ ପାରାଦୀପଠାରେ ଡପ୍‌ଲର ପାଣିପାଗ ରାଡାର ଷ୍ଟେଶନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦୀପ ଆଦି ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ (ହାଇ ୱିଣ୍ଡ୍‌ ସ୍ପିଡ୍‌ ରେକର୍ଡର) ସ୍ଥାପନ କରାଯାଇଛି। ବାତ୍ୟାରେ ଟେଲିଫୋନ୍‌ ଏବଂ ବିଦ୍ୟୁତ୍‌ ଭିତ୍ତିଭୂମି ଅଧିକ କ୍ଷତିଗ୍ରସ୍ତ ହେଉଛି। ମୋବାଇଲ୍‌ ଟେଲିକମ୍‌-ଟାୱାର, ସାଟେଲାଇଟ୍‌ ଫୋନ୍‌ ଜେନେରେଟର, ବିଦ୍ୟୁତ୍‌ ଖୁଣ୍ଟ, କଣ୍ଡକ୍ଟର, ସବ୍‌ଷ୍ଟେଶନ ଓ ଯଥେଷ୍ଟ ସଂଖ୍ୟକ ମାନବ ସମ୍ବଳ ଆଦିର ଆକଳନ ଏବଂ ଆବଶ୍ୟକ ବେଳେ ତୁରନ୍ତ ନିୟୋଜିତ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ପାନୀୟଜଳ ନିମନ୍ତେ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡପମ୍ପ୍‌ଗୁଡିକୁ କାର୍ଯ୍ୟକ୍ଷମ ରଖିବା ସହ ବାତ୍ୟା ଅତିକ୍ରାନ୍ତ ହେବା ପରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା କର୍ମକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ନିମନ୍ତେ କୁହାଯାଇଛି। ଯଥେଷ୍ଟ ପରିମାଣର ବ୍ଲିଚିଂ, ହାଲୋଜିନ୍‌ ବଟିକା, ଔଷଧ, ଆମ୍ବୁଲାନ୍ସ ଏବଂ ଡାକ୍ତରୀ ଟିମ୍‌ ଆଦି ପୂର୍ବ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଓଡ୍ରାଫ୍‌ ଏବଂ ଅଗ୍ନିଶମ ସଂସ୍ଥା ସବୁ ଉପକରଣକୁ ଠିକ୍‌ ଭାବେ ଯାଞ୍ଚ କରିବା ପାଇଁ ପରାମର୍ଶ ଦିଆଯାଇଛି।
ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ବାତ୍ୟା ପରିଚାଳନା ସହ ସମ୍ପୃକ୍ତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆବଶ୍ୟକ ତଥ୍ୟ ଉପସ୍ଥାପନ କରିଛନ୍ତି। ନାଭାଲ୍‌, ଆର୍ମି, କୋଷ୍ଟଗାର୍ଡ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri