ସମ୍ଭାବ୍ୟ ବାତ୍ୟା ଲାଗି ପ୍ରସ୍ତୁତ ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ଓଡ଼ିଶାର ଭୌଗୋଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟାପ୍ରବଣ ହୋଇ ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ସହିତ ଅକ୍ଟୋବର ଓ ନଭେମ୍ବରରେ ରାଜ୍ୟରେ ଭୀଷଣ ବାତ୍ୟା ଅନୁଭୂତ ହୁଏ। ବେଳେବେଳେ ଏହା ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ କହିଛନ୍ତି, ବର୍ତ୍ତମାନ ଓଡ଼ିଶାର ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି। ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର କୌଣସି ସୂଚନା ନାହିଁ।
ବୈଠକରୁ ଜଣାପଡ଼ିଛି, ଇତିମଧ୍ୟରେ ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ଼ କରାଯାଇଛି। ଜିଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି। ଗୋପାଳପୁର ଓ ପାରାଦୀପଠାରେ ଡପ୍‌ଲର ପାଣିପାଗ ରାଡାର ଷ୍ଟେଶନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦୀପ ଆଦି ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ (ହାଇ ୱିଣ୍ଡ୍‌ ସ୍ପିଡ୍‌ ରେକର୍ଡର) ସ୍ଥାପନ କରାଯାଇଛି। ବାତ୍ୟାରେ ଟେଲିଫୋନ୍‌ ଏବଂ ବିଦ୍ୟୁତ୍‌ ଭିତ୍ତିଭୂମି ଅଧିକ କ୍ଷତିଗ୍ରସ୍ତ ହେଉଛି। ମୋବାଇଲ୍‌ ଟେଲିକମ୍‌-ଟାୱାର, ସାଟେଲାଇଟ୍‌ ଫୋନ୍‌ ଜେନେରେଟର, ବିଦ୍ୟୁତ୍‌ ଖୁଣ୍ଟ, କଣ୍ଡକ୍ଟର, ସବ୍‌ଷ୍ଟେଶନ ଓ ଯଥେଷ୍ଟ ସଂଖ୍ୟକ ମାନବ ସମ୍ବଳ ଆଦିର ଆକଳନ ଏବଂ ଆବଶ୍ୟକ ବେଳେ ତୁରନ୍ତ ନିୟୋଜିତ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ପାନୀୟଜଳ ନିମନ୍ତେ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡପମ୍ପ୍‌ଗୁଡିକୁ କାର୍ଯ୍ୟକ୍ଷମ ରଖିବା ସହ ବାତ୍ୟା ଅତିକ୍ରାନ୍ତ ହେବା ପରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା କର୍ମକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ନିମନ୍ତେ କୁହାଯାଇଛି। ଯଥେଷ୍ଟ ପରିମାଣର ବ୍ଲିଚିଂ, ହାଲୋଜିନ୍‌ ବଟିକା, ଔଷଧ, ଆମ୍ବୁଲାନ୍ସ ଏବଂ ଡାକ୍ତରୀ ଟିମ୍‌ ଆଦି ପୂର୍ବ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଓଡ୍ରାଫ୍‌ ଏବଂ ଅଗ୍ନିଶମ ସଂସ୍ଥା ସବୁ ଉପକରଣକୁ ଠିକ୍‌ ଭାବେ ଯାଞ୍ଚ କରିବା ପାଇଁ ପରାମର୍ଶ ଦିଆଯାଇଛି।
ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ବାତ୍ୟା ପରିଚାଳନା ସହ ସମ୍ପୃକ୍ତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆବଶ୍ୟକ ତଥ୍ୟ ଉପସ୍ଥାପନ କରିଛନ୍ତି। ନାଭାଲ୍‌, ଆର୍ମି, କୋଷ୍ଟଗାର୍ଡ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ନିଜ ନିଜ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri