ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ: ଡିଜିପି

ଭୁବନେଶ୍ୱର,୨୪।୫(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଓଡ଼ିଶା ପୋଲିସ ପ୍ରସ୍ତୁତ ଅଛି ବୋଲି ରବିବାର ଭୁବନେଶ୍ୱର କ୍ୟାମ୍ପ ଅଫିସ୍‌ରେ ଅନୁଷ୍ଠିତ ଭର୍ଚୁଆଲ୍‌ ସମୀକ୍ଷା ବୈଠକରେ ପୋଲିସ ଡିଜି ଅଭୟ କହିଛନ୍ତି। ଏହି ବୈଠକରେ ଡିଜିପି ଅଭୟ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, କେନ୍ଦ୍ରାପଡା ଓ ଗଞ୍ଜାମ ଜିଲାର ଏସ୍‌ପିଙ୍କ ସହ ଆଲୋଚନା କରିବା ସହିତ ସମସ୍ତ ପରିସ୍ଥିତିର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା ପୂର୍ବ ଓ ପରବର୍ତ୍ତୀ ପ୍ରସ୍ତୁତି ସଂକ୍ରାନ୍ତରେ ଏସ୍‌ପିମାନଙ୍କ ସହ ଆଲୋଚନା କରିଥିଲେ। ତେବେ ଏହି ସମୟରେ କରୋନା ସଂକ୍ରମିତଙ୍କୁ ଆବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯିବା ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହିତ ବାତ୍ୟା ପରବର୍ତ୍ତୀ ସମୟରେ କିପରି ଉଦ୍ଧାରକାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇପାରିବ ତାହା ମଧ୍ୟ ଆଲୋଚନା କରାଯାଇଥିଲା। ଉଦ୍ଧାର କାର୍ଯ୍ୟ ପାଇଁ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକୁ ୬୦ ଓଡ୍ରାଫ୍‌ ଟିମ୍‌ ପଠାଯାଇଛି। ସେମାନଙ୍କୁ ଉଚ୍ଚମାନର ଯନ୍ତ୍ରାଂଶ ସହ ଆବଶ୍ୟକ ସରଞ୍ଜାମ ଦିଆଯାଇଛି। ସମୀକ୍ଷା ବୈଠକରେ ଉପକୂଳବର୍ତ୍ତୀ ଜିଲାର ଏସ୍‌ପି, ରେଞ୍ଜ୍‌ ଡିଆଇଜି, ଇଷ୍ଟର୍ନ ରେଞ୍ଜ୍‌ ଆଇଜି, ଏଡିଜି କମ୍ୟୁନିକେଶନ, ଏଡିଜି ମେରାଇନ ଓ ଏଡିଜି ଆଇନଶୃଙ୍ଖଳା ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଏବେବି ନିଖୋଜ ଅଛନ୍ତି…

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି। ବନ୍ୟାରେ ଏପର୍ଯ୍ୟନ୍ତ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ…

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍‌…

ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri