ସାଧାରଣ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ରୁହ: ପୁରନ୍ଦେଶ୍ୱରୀ

ଭବାନୀପାଟଣା,୧୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜୁନାଗଡ, ଧର୍ମଗଡ ଓ ନର୍ଲା ୩ଟି ନିର୍ବାଚନ ମଣ୍ଡଳୀରେ ଗୁରୁବାର ଭାଜପାର ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାଜପାର ସମସ୍ତ ମୋର୍ଚ୍ଚାର କର୍ମକର୍ତ୍ତା ଯୋଗଦେଇଥିଲେ। ବୈଠକରେ ମୁଖ୍ୟଅତିଥି ଭାବେ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଓଡିଶା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଜି ଯୋଗଦେଇ ମୋଦି ସରକାରଙ୍କ ୯ ବର୍ଷର ସଫଳତା ଓ ରାଜ୍ୟ ସରକାରଙ୍କ ୨୩ ବର୍ଷର ବିଫଳତା ଉପରେ କହିଥିଲେ। ମୋଦି ସରକାରଙ୍କ ଏହି ସଫଳତା ଓ ନବୀନ ସରକାରଙ୍କ ଏହି ବିଫଳତାର ବାର୍ତ୍ତା ଲୋକଙ୍କପାଖରେ ପହଞ୍ଚାଇବା ପାଇଁ ସେ ଆହ୍ବାନ ଦେଇଥିଲେ। ସମସ୍ତ ମୋର୍ଚ୍ଚା ନିଜ ସଙ୍ଗଠନକୁ ତୃଣମୂଳସ୍ତରରେ ସୃଦୃଢ କରିବା ସହ ଆଗାମୀ ସାଧାରଣ ନିର୍ବାଚନ ପାଇଁ ଲଢେଇ କରିବା ପାଇଁ ପ୍ରସ୍ତୁତ ରୁହ ବୋଲି ଡି. ପୁରନ୍ଦେଶ୍ୱରୀ କହିଥିଲେ। ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ଛାଡ ପ୍ରକ୍ରିୟାରେ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ କରୁଥିବା କହି ୫-ଟି ସଚିବ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି। ପ୍ରକୃତରେ ଏହି ଋୁଣ ଛାଡରେ କେନ୍ଦ୍ର ସରକାରଙ୍କ ୭ % ଓ ରାଜ୍ୟ ସରକାରଙ୍କ ୩ % ରହିଥିବା ସେ କହିଥିଲେ। ଜୁନାଗଡ ସହରର ଏକ ହୋଟେଲରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି, ପୂର୍ବତନ ଜିଲା ସଭାପତି ଭବେନ୍ଦ୍ର ପଣ୍ଡା, ରାଷ୍ଟ୍ରୀୟ ଯୁବ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଦୀପ ଜ୍ୟୋତିମୁଣ୍ଡ ପ୍ରମୁଖ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର ପରିଚାଳନା କରିଥିବାବେଳେ ଜୁନାଗଡ ନଗରପାଳ ମୁକେଶ ଅଗ୍ରୱାଲ ଧନ୍ୟବାଦ ଦେଇଥିଲେ। ଧର୍ମଗଡ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପରୋକ୍ତ ଅତିଥିଙ୍କ ସହ ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର, ଜିଲା ଉପସଭାପତି ପ୍ରଶାନ୍ତ ସାହୁ, ସାଧାରଣ ସମ୍ପାଦକ ସୁଧୀର ରଞ୍ଜନ ପଟ୍ଟଯୋଷୀ, ଧର୍ମଗଡ ନଗରପାଳ ଅଶୋକ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ସେହିପରି ନର୍ଲାଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପରୋକ୍ତ ଅତିଥିଙ୍କ ସହ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅନିରୁଦ୍ଧ ପ୍ରଧାନ, ଆର୍ତ୍ତତ୍ରାଣ ମହାପାତ୍ର, ପଦ୍ମଲୋଚନ ଜାଲ, ପ୍ରଦୀପ ନାଏକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri