ଆଇନ ଅମାନ୍ୟକାରୀଙ୍କ ଉପରେ କଠୋର ହୁଅ

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ସଡ଼କ ସୁରକ୍ଷା ସମିତି ଓ ଶୂନ୍ୟ ମୃତ୍ୟୁ ସପ୍ତାହ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲାର ପରିବହନ ବିଭାଗରେ କର୍ମକର୍ତ୍ତା, ସଡ଼କ ସୁରକ୍ଷା ସମିତି ସଭ୍ୟ ତଥା ଅନ୍ୟାନ୍ୟ ବିଭାଗ ଅଧିକାରୀମାନେ ଯୋଗଦେଇଥିଲେ। ବୈଠକରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ଡିସେମ୍ବର ୧ରୁ ୭ ତାରିଖ ପର୍ଯ୍ୟନ୍ତ ଜିଲା ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ଶୂନ୍ୟ ସପ୍ତାହ କଡାକଡି ଭାବେ ପାଳନ କରିବାକୁ ନିଷ୍ପତ୍ତି ନିଆଗଲା। ଏହି ସପ୍ତାହ ମଧ୍ୟରେ ବିନା ହେଲମେଟ ଗାଡି ଚାଳନ, ଅତ୍ୟଧିକ ବେଗରେ ଗାଡି ଚଳାଇବା, କମ ବୟସର ପିଲାମାନଙ୍କ ଦ୍ବାରା ଗାଡ଼ି ଚଳାଇବା, ଗାଡି ଚାଳନ ସମୟରେ ମୋବାଇଲ ବ୍ୟବହାର କରିବା, ମଦ୍ୟପାନ କରି ଗାଡି ଚଳାଇବା ଓ ଧାର୍ଯ୍ୟ କ୍ଷମତାରୁ ଅଧିକ ମାଲ ବୋହିବା ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଆଇନ ଅମାନ୍ୟକାରୀଙ୍କୁ ଦଣ୍ଡିତ କରିବା ପାଇଁ ଜିଲାପାଳ ପୋଲିସ ଓ ପରିବହନ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ସପ୍ତାହ ମଧ୍ୟରେ ପୋଲିସ ଦ୍ବାରା ଦୈନନ୍ଦିନ ଚେକିଂ କରିବା ପାଇଁ ପୋଲିସ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରକାଶ କରିଥିଲେ। ସମସ୍ତ ବିଭାଗ ସ୍ବାସ୍ଥ୍ୟ, ପୋଲିସ, ଶିକ୍ଷା, ଅବକାରୀ, ଜାତୀୟ ରାଜପଥ, ରାସ୍ତା ଓ ଗୃହ ନିର୍ମାଣ, ଗ୍ରାମ୍ୟ ଉନ୍ନୟନ, ପୌର ପରିଷଦ, ଏନଏସି, ସୂଚନା ଓ ଲୋକସମ୍ପର୍କ, ଓ ଏସଆରଟିସି ସହଯୋଗରେ ଏହି ସପ୍ତାହରେ ଯେପରି ସଡକ ଦୁର୍ଘଟଣା ନ ଘଟେ ସେଥିପାଇଁ ସମସ୍ତ ପଦକ୍ଷେପ ନେବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ପରିବହନ ବିଭାଗ ଦ୍ୱାରା ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ ସୂଚନା ଅନୁସାରେ ଗତ ଅକ୍ଟୋବରରେ ୩ କୋଟି ୫୦ ଲକ୍ଷ ୪୮ ହଜାର ୫ ଶହ ୬୬ ଟଙ୍କା ପରିବହନ ରାଜସ୍ବ ଆଦାୟ କରିଥିବା ପ୍ରକାଶ କରିଥିଲେ। ଯାହାକି ଧାର୍ଯ୍ୟ ରାଜସର ଶତକଡା ୮୯ ଭାଗ। ଗତ ଅକ୍ଟୋବରରେ ଜିଲାରେ ୩୪ଟି ଦୁର୍ଘଟଣାରେ ୧୪ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଜିଲାରେ ୨୦୨୩ ଅକ୍ଟୋବର ସୁଦ୍ଧା ରାସ୍ତା ଦୁର୍ଘଟଣାରେ ମୋଟ ୧୨୨ଜଣଙ୍କ ମୃତ୍ୟୁ ଘଟିଛି। ଗତ ଅକ୍ଟୋବରରେ ହେଲମେଟ ନ ପିନ୍ଧିଥିବା ୪୬୮ଜଣଙ୍କୁ, ଅତ୍ୟଧିକ ବେଗରେ ଯାନ ଚଳାଉଥିବା ୬୯୮ଜଣ, ଗାଡ଼ି ଚଳାଇବା ସମୟରେ ଫୋନ ବ୍ୟବହାର କରୁଥିବା ୪୭ଜଣ ଓ ୬୯ଜଣଙ୍କୁ ମଦ୍ୟପାନ କରିଥିବା ଅପରାଧରେ ମକଦ୍ଦମା ରୁଜ୍ଜୁ ହୋଇଥିଲା। ଏହାସହ ୧୪୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ନିଲମ୍ବିତ କରାଯାଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri