ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି ପର୍ଯ୍ୟନ୍ତ ସମୁଦ୍ର ବେଳାଭୂମି ଅବକ୍ଷୟ ହେବାରେ ଲାଗିଛି l ପୋଡ଼ମ ପେଟା ଗ୍ରାମରେ ଲୋକ ରହୁ ନ ଥିବା ପ୍ରାୟ ଚାରିଶହ ଘର ମଧ୍ୟରୁ ତିନି ଶହ ଘର ସମୁଦ୍ର ଗର୍ଭରେ ଲୀନ ହୋଇ ସାରିଲାଣି l ସମୁଦ୍ରର ଉଚ୍ଚ ଢେଉ ଦ୍ୱାରା ସମୁଦ୍ର କୂଳ ନିକଟସ୍ଥ ଝାଉଁବଣ ନଷ୍ଟ ହେଲାଣି l ବର୍ତ୍ତମାନ ଆଉ କିଛି ମାସ ମଧ୍ୟରେ ଜନବସତି ଆଡେ ସମୁଦ୍ର ପାଣି ମାଡି ଆସିବl ଏଥିପାଇଁ ସମୁଦ୍ର ଉପକୁଳ ତଟବର୍ତ୍ତୀ ଅଞ୍ଚଳ ବାସୀଙ୍କ ନିଦ ହଜିଲାଣି l ସରକାର କିମା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେଲେ ଆସନ୍ତା ୮ରେ ଆନ୍ଦୋଳନକୁ ଓଲ୍ହାଇବ ବୋଲି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳବାସୀ ପକ୍ଷରୁ ଡାକରା ଦିଆଯାଇଥିଲା l ଜିଲାପାଳଙ୍କ ପ୍ରତିଶୃତି ପରେ ତାହା ସ୍ଥଗିତ ରଖା ଯାଇଥିବା ଉପକୂଳ ଗ୍ରାମ ସୁରକ୍ଷା ସମିତି ପକ୍ଷରୁ କୁହାଯାଇଛି l ଏନେଇ କଣ୍ଟିଆଗଡ଼ ନିକଟରେ ଥିବା ବଟେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଉପକୁଳ ଗ୍ରାମ ସୁରକ୍ଷା ସମିତି ପକ୍ଷରୁ ତୃତୀୟ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା l
ଏଥିରେ ପବିତ୍ର ସ୍ବାଇଁଙ୍କ ସଭାପତିତ୍ୱ କରିଥିଲେ l ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାଏ, ଶିବରାମ ପଲାଇ, ବୃନ୍ଦାବନ ପ୍ରଧାନ, ତ୍ରିଲୋଚନ ପ୍ରଧାନ, ବଳିଆ ତରାଇ, ନାରାୟଣ ପ୍ରଧାନ, ଅଜୟ ପ୍ରଧାନ, ରଞ୍ଜିତ ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ l ପୂର୍ବରୁ ଗ୍ରାମବାସୀମାନେ ମାନ୍ୟବର ଜିଲ୍ଲାପାଳ ପାଖକୁ ଯାଇ ସମୁଦ୍ର ଉପକୂଳ ଅବକ୍ଷୟ ବିଷୟର ଅବଗତ କରାଇ ଆଗାମୀ ୮ ତାରିଖରେ ଆନ୍ଦୋଳନ କରି ରାସ୍ତା ଅବରୋଧ ପାଇଁ ଚେତାବନୀ ଦେଇଥିଲେ ଏବଂ ଜିଲାପାଳ ମହୋଦୟ ଏହାର ସ୍ଥାୟୀ ପ୍ରତିକାର ପାଇଁ ପ୍ରତିଶ୍ରୁତି ଦେଇଥିଲେ। ତେଣୁ ଆନ୍ଦୋଳନଙ୍କୁ ସ୍ଥଗିତ କରାଯାଇଛି ବୋଲି ଗଣମାଧ୍ୟମକୁ ସୂଚନା ମିଳିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?