ପ୍ଲାଷ୍ଟିକମୁକ୍ତ ହେବ ବେଳାଭୂମି

ଛତ୍ରପୁର,୧ା୧୧(ଡି.ଏନ.ଏ.): ବେଳାଭୂମି ଓ ପର୍ଯ୍ୟଟନ କ୍ଷେତ୍ରକୁ ସ୍ବଚ୍ଛ ଓ ସମ୍ପୂର୍ଣ୍ଣ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଚାଲିଥିବା ଅଭିଯାନ ପଞ୍ଚମ ପର୍ଯ୍ୟାୟରେ ପହଞ୍ଚିଛି। ଗଞ୍ଜାମ ବ୍ଲକର ‘ଦି ଇକୋ ୱାରିୟର୍ସ’ ପ୍ରୟାସରେ ଗଞ୍ଜାମରୁ ସୋନପୁର ପର୍ଯ୍ୟନ୍ତ ଦୀର୍ଘ ୭୫ କି.ମି. ପରିବ୍ୟାପ୍ତ ବେଳାଭୂମିକୁ ପ୍ଲାଷ୍ଟିକମୁକ୍ତ କରିବା ଲାଗି ଲକ୍ଷ୍ୟ ରହିଛି। ଏହି ଅଭିଯାନର ପଞ୍ଚମ ପର୍ଯ୍ୟାୟରେ ଛତ୍ରପୁର ବ୍ଲକର ଆର୍ଜିପଲ୍ଲୀ ସମୁଦ୍ର ବେଳାଭୂମି ସଫେଇ କରାଯାଇଥିଲା। ଅନ୍ତର୍ଜାତୀୟ କ୍ରୀଡ଼ାବିତ ମନସ୍ବିନୀ ମହାରଣାଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମେରାଇନ ଥାନା ଆଇଆଇସି ସୁଦୀପ୍ତ କୁମାର ସାହୁ ସାମିଲ ହୋଇ ସ୍ବେଚ୍ଛାସେବୀଙ୍କୁ ଉତ୍ସାହିତ କରିବା ସହ ଉପସ୍ଥିତ ଲୋକଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମକୁ ସ୍ବେଚ୍ଛାସେବୀ ଦୁର୍ଗା ମାଧବ ପାଣିଗ୍ରାହୀ ସଂଯୋଜନା କରିଥିଲେ। କୋଭିଡ଼ ଯୋଧ୍ୟା ସରସ୍ବତୀ ମହାଙ୍କୁଡ଼ , ଛତ୍ରପୁର ପ୍ରେସକ୍ଲବ ସଭାପତି ପ୍ରଶାନ୍ତ ମହାରଣା, ରାଧାଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ସଭାପତି ଦେବାଶିଷ ମିଶ୍ର, ଉପସଭାପତି ଅଟଳ ପଟ୍ଟନାୟକ, ମତ୍ସ୍ୟଜୀବୀ ନେତା ଏମ୍‌.ଦୀନବନ୍ଧୁ, ସ୍ବେଚ୍ଛାସେବୀ ଏ. କାଳିଆ , ‘ଦି ଇକୋ ୱାରିୟସ ’, ପ୍ରଭାତ ବିଶ୍ୱାଳ, ସୀମାଞ୍ଚଳ ଦାସ, ବସନ୍ତ ସାହୁ, କୁଞ୍ଜ ପଣ୍ଡା, ପ୍ରମୁଖ ଏଥିରେ ସାମିଲ ହୋଇଥିଲେ। ବେଳାଭୂମିରେ ପ୍ଲାଷ୍ଟିକ ଏଣେ ତେଣେ ନ ପକାଇ ଡ଼ଷ୍ଟବିନର ବ୍ୟବହାର କରିବା, ବେଳାଭୂମି ସ୍ବଚ୍ଛତା ଅଭିଯାନରେ ସାମିଲ ହେବାକୁ ପର୍ଯ୍ୟଟକଙ୍କୁ ସଚେତନ କରିଥିଲେ। ଏହି ଅବସରରେ ୨୩୨
କେଜି ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ କରାଯାଇଥିଲା। ପରେ ବିଭିନ୍ନ ଔଷଧୀୟ ଚାରା ରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri