ଶୌଚ ହେବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଲେ

କେନ୍ଦୁଝର,୨୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଚମ୍ପେଇ ପଞ୍ଚାୟତ ମେଦିନପୁର ଗ୍ରାମର ଜଣେ ଲୋକ ନିକଟସ୍ଥ ସିଦ୍ଧମଠ ଜଙ୍ଗଲକୁ ଶୌଚ ଯାଇଥିବା ସମୟରେ ଏକ ଜଙ୍ଗଲୀ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେ କେନ୍ଦୁଝର ଜିଲ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସକାଳ ୬ଟାରେ ନିଧି ଖୁଣ୍ଟିଆ(୪୮) ଏକୁଟିଆ ବଡ଼ଘାଗରା ନିକଟ ସିଦ୍ଧମଠ ଜଙ୍ଗଲକୁ ଶୌଚ ପାଇଁ ଯାଇଥିବା ଜଙ୍ଗଲୀ ଭାଲୁଟି ଅତର୍କିତ ଆକ୍ରମଣ କରିଥିଲା। ତାଙ୍କ ପାଟି ଶୁଣି ଘର ଲୋକ ଆସିବାରୁ ଭାଲୁଟି ସ୍ଥାନ ଛାଡ଼ି ପଳାଇଥିଲା। ଭାଲୁଟି ନିଧିଙ୍କ ବେକ, ଛାତି,ମୁହଁ ଓ ମୁଣ୍ଡକୁ ଆକ୍ରମଣ କରି ଗଭୀର କ୍ଷତାକ୍ତ କରିଥିବା ଜଣାପଡ଼ିଛି। ଖବର ପାଇ ଶୁଆକାଟୀ ଫରେଷ୍ଟର ଜ୍ୟୋତିର୍ମୟୀ ପଟ୍ଟନାୟକ,ଅଞ୍ଜର ବିଟ୍‌ ଫରେଷ୍ଟ ଗାର୍ଡ ଚନ୍ଦ୍ରକାନ୍ତ ମହାନ୍ତ ଅଫିସ ଗାଡ଼ିରେ ତାଙ୍କୁ ମୁଖ୍ୟ ରାସ୍ତାକୁ ଆଣିବା ପରେ ୧୦୮ ଆମ୍ବୁୁଲାନ୍ସରେ କେନ୍ଦୁଝର ମୁଖ୍ୟ ଡାକ୍ତରଖାନା ପଠାଇଥିଲେ। ଭାଲୁଟି ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଥିବା ବେଳେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଥିବା ଜଣାପଡ଼ିଛି। ଭାଲୁ ଆକ୍ରମଣରେ ଗୁରୁତର ନିଧି ଖୁଣ୍ଟିଆଙ୍କୁ ସମସ୍ତ ଚିକିତ୍ସା ଖର୍ଚ୍ଚ ସାଙ୍ଗକୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଗ୍ରାମବାସୀ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri