ଜମିକୁ ଯାଉଥିବା ବେଳେ ଭାଲୁ ଆକ୍ରମଣ: ମହିଳା ଗୁରୁତର

କୋକସରା,୧୬।୮(ଡି.ଏନ୍‌.ଏ.): ଭାଲୁ ଆକ୍ରମଣରେ ମହିଳା ଗୁରୁତର। କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ପାତ୍ରବସା ଗାଁ ର ମହିଳା କ୍ଷୀର ଚଳାନ ମଙ୍ଗଳବାର ସକାଳେ ନିଜ ଚାଷଜମିକୁ ଯାଉଥିବା ସମୟରେ ହଠାତ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କ ଚିତ୍କାର ଶୁଣି ନିକଟସ୍ଥ ଚାଷଜମିରେ କାମ କରୁଥିବା ଲୋକମାନେ ମହିଳାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ସହାୟତାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବା କାରଣରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଆମପାଣି କନ୍ଦାଗଡ଼ ବିଟ ଜଙ୍ଗଲ ବିଭାଗ ଫରେଷ୍ଟ ଗାର୍ଡ ପହଞ୍ଚି ତଦନ୍ତ ଜାରି ରଖିବା ସହ ଗୁରୁତର ମହିଳାଙ୍କ ଚିକିତ୍ସା କରିବା ସହ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

କେସିଙ୍ଗା ଏନ୍‌ଏସିରେ ସ୍ବଚ୍ଛତା ଅଭିଯାନ

କେସିଙ୍ଗା,୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତା ହିଁ ସେବା ଓ ସଫେଇ ଅଭିଯାନ ୨୦୨୬ ଶୁକ୍ରବାର ପାଳିତ ହୋଇଯାଇଛି। ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?