ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ

ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ ଭାଙ୍ଗି ଘର ଭିତରେ ପଶିବାକୁ ଉଦ୍ୟମ କରୁଛି । ଫଳରେ ଭାଲୁ ଭୟରେ ସନ୍ଧ୍ୟା ନ ହେଉଣୁ ଜନଶୂନ୍ୟ ହୋଇପଡୁଛି ଅଞ୍ଚଳ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ତମସା ପଞ୍ଚାୟତ ଏମଭି-୭ ଗ୍ରାମରେ।

ଦୁଇଟି ଜଙ୍ଗଲି ଭାଲୁ ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଇଛନ୍ତି । ନିକଟସ୍ଥ ଜଙ୍ଗଲରୁ ଭାଲୁ ଦୁଇଟି ସନ୍ଧ୍ୟା ହେଲେ ଗ୍ରାମରେ ପଶି ଲୋକଙ୍କ ଘର କାନ୍ଥ ଭାଙ୍ଗିବା ସହ ଘର ଉପରେ ଚଢି ଛପର ଭାଙ୍ଗି ଭିତରକୁ ପଶିବାକୁ ଉଦ୍ୟମ କରୁଥିବା ଦେଖିବାକୁ ମିଳିଛି। ଏପରି କି ଲୋକେ ଘର ବାହାରେ ରଖିଥିବା କାର, ବାଇକ୍‌ ଉପରେ ଭାଲୁ ଚଢି ସେଗୁଡିକୁ ଭାଙ୍ଗିବାକୁ ଉଦ୍ୟମ କରୁଥିବା ଜଣାପଡିଛି। ଭାଲୁ ଉପଦ୍ରବ ଯୋଗୁ ଗ୍ରାମରେ ସନ୍ଧ୍ୟା ହେଲେ ଘରୁ ବାହାରକୁ ବାହାରିବାକୁ ଗ୍ରାମବାସୀ ଭୟ କରୁଛନ୍ତି। ଗାଡିମୋଟରରେ ଯାତାୟାତ କରୁଥିବା ଲୋକେ ମଧ୍ୟ ଭୟଭିତ ହୋଇପଡିଛନ୍ତି। ଜୟପୁରରୁ ମୋଟୁ ଏବଂ ଆନ୍ଧ୍ର ଓ ଛତିଶଗଡକୁ ସଂଯୋଗ କରୁଥିବା ଏହି ଜାତୀୟ ରାଜପଥରେ ଭାଲୁ ଭୟ ବଢିବାରେ ଲାଗିଛି। ଖାଦ୍ୟ ଅନ୍ବେଷଣରେ ଭାଲୁ ଏଭଳି ଗାଁ ମୁହାଁ ହେଉଥିବା ଅନୁମାନ କରାଯାଉଛି। ଭାଲୁକୁ କାବୁ କରିବାରେ ବନ ବିଭାଗ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri