ଶୋଇଥିବା ବେଳେ ଚାଲି ଆସିଲା ଭାଲୁ, ଆଉ ତା’ପରେ…

କୋଟପାଡ଼,୫।୬(ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ବ୍ଲକ ଗୁମୁଡା ପଞ୍ଚାୟତରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହେଇଛନ୍ତି। ସେ ହେଲେ ରାଧା ଚାଲନ(୬୦)।

ମିଳିଥିବା ସୂଚନା ମୁତାବକ, କୋଟପାଡ଼ ଅଞ୍ଚଳ ଇନ୍ଦ୍ରାବତୀ ନଦୀକୁଳର ମକା ଚାଷ କରାଯାଇଛି। ରାଧା ପ୍ରତିଦିନ ଭଳି ବୁଧବାର ରାତିରେ ମକା ଚାଷ ଜଗିବାକୁ ଯାଇଥିଲେ। ହେଲେ ଭୋର ୪ଟା ସମମୟରେ ସେ ଶୋଇଥିବା ବେଳେ ସ୍ଥାନୀୟ ଏକ ଆଖୁ କିଆରରୁ ଏକ ଭାଲୁ ଚାଲିଆସି ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ ମୁଣ୍ଡରେ ଗଭୀର ଆଘାତ ଲାଗିଛି।

ସେ ପାଟି କରିବାରୁ ପାଖରେ ଶୋଇଥିବା କିଛି ଲୋକ ଆସି ତାଙ୍କୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଜୟପୁର ସ୍ବାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri