ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌ କୁକୁଡ଼ାବାଇ ଗାଁରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ଖାଦ୍ୟ ଅନ୍ୱେଷଣରେ ଆସି ଏକ ଭାଲୁ ମନ୍ଦିର ଭିତରକୁ ପଶିଯାଇଥିଲା । ଗାଁର ବ୍ରାହ୍ମଣ ସାହିରେ ଥିବା ରାଧାକୃଷ୍ଣ ମନ୍ଦିର ଭିତରେ ଓ ପରିସରରେ ଏକ ଭାଲୁକୁ ଦେଖିଥିଲେ ସ୍ଥାନୀୟ ଲୋକେ । ଭିଡିଓ କରିଥିବା ବେଳେ ଏହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଭାଲୁଟି ମନ୍ଦିର ଭିତରକୁ ପଶିବା ପରେ ସେଠାରେ ରଖାଯାଇଥିବା ଘିଅ ଡବା ନେଇ ବାହାରକୁ ଚାଲିଯାଇଥିଲା । ଭାଲୁକୁ ଦେଖିବା ପରେ ମନ୍ଦିର ନିକଟରେ ଥିବା ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଶେଷକରି ରାତି ସମୟରେ ଭାଲୁ ଗାଁ ଭିତରକୁ ପଶିବା ନେଇ ଚିନ୍ତା ପ୍ରକାଶ କରିଛନ୍ତି ଗ୍ରାମବାସୀ ।

ଜଙ୍ଗଲ ଅଞ୍ଚଳରେ ଖାଦ୍ୟ ଉପଲବ୍ଧତା କମିବା, ଜଙ୍ଗଲ କ୍ଷୟ, ପୋଡୁ ଚାଷ ଏବଂ ଜଙ୍ଗଲରେ ନିଆଁ ଭଳି ବିଭିନ୍ନ କାରଣରୁ ବନ୍ୟଜନ୍ତୁ ଖାଦ୍ୟ ଅନ୍ୱେଷଣରେ ଜନବସତି ନିକଟକୁ ଆସୁଥିବା ଜଣାପଡୁଛି । ଏଭଳି ପରିସ୍ଥିତିରେ ଭାଲୁ ଓ ମଣିଷ ମଧ୍ୟରେ ସଂଘର୍ଷର ଆଶଙ୍କା ରହିଥାଏ । ତେଣୁ ଭାଲୁ ଗାଁ ନିକଟରେ ଦେଖାଗଲେ ଲୋକେ ତା’ ନିକଟକୁ ନଯାଇ ସୁରକ୍ଷିତ ଦୂରତାରେ ରହିବା ସହ ବନ ବିଭାଗକୁ ସୂଚନା ଦେବା ଆବଶ୍ୟକ ରହିଛି ।

ଅନ୍ୟପଟେ କୁକୁଡ଼ାବାଇ ଅଞ୍ଚଳରେ ଭାଲୁର ଚଳପ୍ରଚଳକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ସତର୍କତା ବଢ଼ିଛି । ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ରୋକିବା ପାଇଁ ଜଙ୍ଗଲ ସୁରକ୍ଷା ସହ ବନ ବିଭାଗର ନିରୀକ୍ଷଣ ଉପରେ ଗୁରୁତ୍ୱ ଦେବାକୁ ଦାବି ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

ଟିଟିଲାଗଡ଼ ସହରରେ ହାତୀ ଆତଙ୍କ: ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶି…

ଟିଟିଲାଗଡ଼, ୧/୯ (ସଞ୍ଜୟ କୁମାର ବେହେରା): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ସକାଳୁ ଟିଟିଲାଗଡ଼ ସହରର ମାଳଗୋଦାମପଡ଼ା ନିକଟସ୍ଥ ରେଳ ଲାଇନ…

ରୁହନ୍ତୁ ସତର୍କ! ନୂଆ ମାସ ଆରମ୍ଭରୁ ୩ ରାଶିଙ୍କ ପଛା ଛାଡିବନି ସମସ୍ୟା, ଶୁକ୍ର-ଶନିଙ୍କ ଷଡ଼ାଷ୍ଟକ ଯୋଗ ପଡିବ ଭାରି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଦୁଇ ଗ୍ରହଙ୍କ ମଧ୍ୟରେ ଗଠିତ ହେଉଥିବା ଏକ ବିଶେଷ ଯୋଗର ପ୍ରଭାବ କିଛି ରାଶିଙ୍କ ଜୀବନରେ ନକାରାତ୍ମକ ଭାବେ ପଡ଼ିପାରେ। ଏହି ସମୟରେ…

ନେପାଳ ବନ୍ୟା: ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଏବେବି ନିଖୋଜ ଅଛନ୍ତି…

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି। ବନ୍ୟାରେ ଏପର୍ଯ୍ୟନ୍ତ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ…

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri