ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌ କୁକୁଡ଼ାବାଇ ଗାଁରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ଖାଦ୍ୟ ଅନ୍ୱେଷଣରେ ଆସି ଏକ ଭାଲୁ ମନ୍ଦିର ଭିତରକୁ ପଶିଯାଇଥିଲା । ଗାଁର ବ୍ରାହ୍ମଣ ସାହିରେ ଥିବା ରାଧାକୃଷ୍ଣ ମନ୍ଦିର ଭିତରେ ଓ ପରିସରରେ ଏକ ଭାଲୁକୁ ଦେଖିଥିଲେ ସ୍ଥାନୀୟ ଲୋକେ । ଭିଡିଓ କରିଥିବା ବେଳେ ଏହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଭାଲୁଟି ମନ୍ଦିର ଭିତରକୁ ପଶିବା ପରେ ସେଠାରେ ରଖାଯାଇଥିବା ଘିଅ ଡବା ନେଇ ବାହାରକୁ ଚାଲିଯାଇଥିଲା । ଭାଲୁକୁ ଦେଖିବା ପରେ ମନ୍ଦିର ନିକଟରେ ଥିବା ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଶେଷକରି ରାତି ସମୟରେ ଭାଲୁ ଗାଁ ଭିତରକୁ ପଶିବା ନେଇ ଚିନ୍ତା ପ୍ରକାଶ କରିଛନ୍ତି ଗ୍ରାମବାସୀ ।

ଜଙ୍ଗଲ ଅଞ୍ଚଳରେ ଖାଦ୍ୟ ଉପଲବ୍ଧତା କମିବା, ଜଙ୍ଗଲ କ୍ଷୟ, ପୋଡୁ ଚାଷ ଏବଂ ଜଙ୍ଗଲରେ ନିଆଁ ଭଳି ବିଭିନ୍ନ କାରଣରୁ ବନ୍ୟଜନ୍ତୁ ଖାଦ୍ୟ ଅନ୍ୱେଷଣରେ ଜନବସତି ନିକଟକୁ ଆସୁଥିବା ଜଣାପଡୁଛି । ଏଭଳି ପରିସ୍ଥିତିରେ ଭାଲୁ ଓ ମଣିଷ ମଧ୍ୟରେ ସଂଘର୍ଷର ଆଶଙ୍କା ରହିଥାଏ । ତେଣୁ ଭାଲୁ ଗାଁ ନିକଟରେ ଦେଖାଗଲେ ଲୋକେ ତା’ ନିକଟକୁ ନଯାଇ ସୁରକ୍ଷିତ ଦୂରତାରେ ରହିବା ସହ ବନ ବିଭାଗକୁ ସୂଚନା ଦେବା ଆବଶ୍ୟକ ରହିଛି ।

ଅନ୍ୟପଟେ କୁକୁଡ଼ାବାଇ ଅଞ୍ଚଳରେ ଭାଲୁର ଚଳପ୍ରଚଳକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ସତର୍କତା ବଢ଼ିଛି । ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ରୋକିବା ପାଇଁ ଜଙ୍ଗଲ ସୁରକ୍ଷା ସହ ବନ ବିଭାଗର ନିରୀକ୍ଷଣ ଉପରେ ଗୁରୁତ୍ୱ ଦେବାକୁ ଦାବି ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ତୁଡୁକିବାଡିରେ ଗଜଲଷ୍ମୀ ପୂଜା; କଳସ ଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁ ସାମିଲ

ଦାରିଙ୍ଗବାଡି,୨୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତୁଡୁକିବାଡି ସାହିରେ ରବିବାର ଠାରୁ ଗଜଲଷ୍ମୀ ପୂଜା ଆରମ୍ଭ ହୋଇଯାଇଛି । ଏଥିପାଇଁ ଶନିବାର ଶିବମନ୍ଦିର ପ୍ରାଙ୍ଗଣରେ ଥିବା…

ସୁନା-ରୂପା ଅଳଙ୍କାରରେ ଝଲସୁଛନ୍ତି ମା’ ଗଜଲକ୍ଷ୍ମୀ, ପୁରୁଷୋତ୍ତମପୁରରେ ମୁଖ୍ୟ ଆକର୍ଷଣ ଓଡିଆ ଅସ୍ମିତା….

ପୁରୁଷୋତ୍ତମପୁର,୨୫।୧୦(ସବିତା ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲାର ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇ ଉଠିଛି । ସୁନା ରୂପାର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?