ପିଜୁଳି ଖାଉଥିବା ବେଳେ କୂଅରେ ଖସି ପଡ଼ିଲା ଭାଲୁ

ନୂଆପଡ଼ା,୨୧।୧୨(ମକାରୁ ବେମାଲ): ନୂଆପଡ଼ା ସଦର ମହକୁମା ୱାର୍ଡ଼ ନଂ. ୧୩ ମହୁଲଭଟା ଗାଁର ଏକ କୂଅରୁ ଗୁରୁବାର ଏକ ଭାଲୁର ମୃତଦେହ ଜବତ କରାଯାଇଛି। ସୂଚନା ମୁତାବଳ ମହୁଲଭଟା ଗ୍ରାମର ମୋହନ ରଣାଙ୍କ ବିଲରେ ଥିବା କୂଅ ଭିତରେ ଭାଲୁ ମରିପଡିଥିବା ପରିବାର ଲୋକେ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ନୂଆପଡା ସଦର ରେଞ୍ଜର ଅଲୋକ ମାଝି, ଫରେଷ୍ଟର ଖଗେଶ୍ବର ମାଝି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ରେଞ୍ଜ କାର୍ଯ୍ୟାଳୟକୁ ଆଣିଥିଲେ। ସେଠାରେ ଶବ ବ୍ୟବଚ୍ଛେଦ କରାଯାଇଥିଲା। ରେଞ୍ଜ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଏହା ଏକ ମାଇଁ ଭାଲୁ ଏବଂ ବୟସ ୨୦ ବର୍ଷ ଉପରେ ହେବ ବୋଲି ବିଭାଗ ଅନୁମାନ କରିଛି। ଭାଲୁ ବୃଦ୍ଧାବସ୍ଥାରେ ଥିବାରୁ ଅଧିକ ଚାଲି ପାରୁ ନ ଥିଲା। ନିକଟସ୍ଥ ପିଜୁଳି ଗଛରେ ଚଢିଥିବା ବେଳେ କୂଅରେ ପଡିଯାଇଥିଲା। ଅତ୍ୟଧିକ ଶୀତ କାରଣରୁ ଭାଲୁଟିର ମୃତ୍ୟୁ ହୋଇଥାଇପାରେ ବୋଲି ଜଣାଯାଇଛି।

ବନବିଭାଗ ଏସ୍‌ସିଏଫ ମହମ୍ମଦ ସାଲେମ ପହଞ୍ଚି ଘଟଣା ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି। ପ୍ରକୃତରେ ଭାଲୁ ନିଜେ କୁଅରେ ପଡ଼ି ମରି ଯାଇଛି, କିଏ ମାରି ଫିଙ୍ଗି ଦେଇଛନ୍ତି, ତଦନ୍ତ ପରେ ଜଣାପଡ଼ିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri