ଗାଁ ଭିତରକୁ ପଶି ଆସୁଛନ୍ତି ଭାଲୁ, ବନ ବିଭାଗ ସବୁ ଜାଣି ଅଜଣା

କୋକସରା,୧୭।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗାଁରେ ଏକ ଭାଲୁ ପଶି ଜନବସତି ଅଞ୍ଚଳରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି ଗାଁ ନିକଟସ୍ଥ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ପ୍ରତିଦିନ ଚାଲି ଆସି କେତେବେଳେ ରାସ୍ତା ଉପରେ ତ’ କେତେବେଳେ ରାସ୍ତା କଡ଼ ପାଚେରୀ ଉପରେ ଚଢୁଛି। ଏନେଇ ସ୍ଥାନୀୟ ଲୋକେ ଆମପାଣି ସେକ୍ସନ ଫରେଷ୍ଟରଙ୍କ ନିକଟରେ ଅଭିଯୋଗ ପରେ ମଧ୍ୟ ବିଭାଗୀୟ ଅଧିକାରୀ ଭାଲୁ ଘଉଡାଇବା ପାଇଁ କୌଣସି ପଦକ୍ଷେପ ନେଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଗ୍ରାମବାସୀଙ୍କ କହିବା ମୁତାବକ, ଦୁଇଟି ଭାଲୁ ଦୀର୍ଘଦିନ ହେଲା ଗାଁ ଭିତରକୁ ଚାଳିଆସୁଛନ୍ତି। ଫଳରେ ଗ୍ରାମବାସୀ ଦିନେ କିମ୍ବା ରାତିରେ ଘରୁ ବାହାରିବା ପୂର୍ବରୁ କାଳେ ଭାଲୁ କେଉଁଠି ଥିବା ଭାବି ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି। ପୂର୍ବରୁ ଏହି ଅଞ୍ଚଳରେ ଭାଲୁ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଏଣୁ ଆମପାଣି ବନ ବିଭାଗ କର୍ମଚାରୀମାନେ ଭାଲୁକୁ ଘଉଡ଼ାଇ ଲୋକଙ୍କୁ ସୁରକ୍ଷା ଯୋଗାଇ ଦେବାକୁ କରିବାକୁ ସାଧାରଣରେ ଦାବି ହୋଇଛି। ଏନେଇ ଆମପାଣି ଫରେଷ୍ଟର ଚିତ୍ତରଞ୍ଜନ ବେହେରାଙ୍କୁ ପଚାରିବାରୁ ଭାଲୁର ଗତିବିଧି ଉପରେ ବନ କର୍ମଚାରୀ ନଜର ରଖିଛନ୍ତି। ଭାଲୁକୁ ଜଙ୍ଗଲକୁ ଘଉଡାଇବା ପାଇଁ ଉଦ୍ୟମ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri