ଆମ୍ବଗଛ ଉପରେ ଭାଲୁ

ନୂଆପଡ଼ା ଅଫିସ,୨୪।୫:ନୂଆପଡ଼ା ଜିଲା ସିନାପାଲି ବ୍ଲକ ଘୁଚାଗୁଡା ପଞ୍ଚାୟତ ରେଙ୍ଗଟାପଡ଼ା ଗାଁର ଏକ ଆମ୍ବଗଛ ଉପରେ ଭାଲୁ ଚଢ଼ି ରହିଥିବା ଦେଖିବାକୁ ମିଳିଛି। ପାଣି କିମ୍ବା ଖାଦ୍ୟ ଅନ୍ବେଷଣରେ ଗାଁ ଭିତରକୁ ଶନିବାର ରାତିରେ ପଶି ଆସିଥିବା ଅନୁମାନ କରାଯାଉଛି। ରବିବାର ସକାଳୁୁ ଜୀବନ ବଞ୍ଚାଇବା ପାଇଁ ଗଛ ଉପରକୁ ଚଢ଼ିଯାଇଛି। ଭାଲୁକୁ ଦେଖି ଗାଁ ଲୋକେ ଭୟଭୀତ ହୋଇ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ସେଠାରେ ପହଞ୍ଚତ୍ ଭାଲୁକୁ ଜଙ୍ଗଲକୁ ଘଉଡ଼ାଇବା ପାଇଁ ଉଦ୍ୟମ କରୁଛିି। ଖବର ଲେଖାଯିବା ପର୍ଯ୍ୟନ୍ତ ଭାଲୁ ଉଦ୍ଧାର ହୋଇ ନ ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଖଡ଼ିଆଳ ବନଖଣ୍ଡ ଏସିଏଫ୍‌ ଜୟରାମ ଶବର ସଦଳବଳ ପହଞ୍ଚତ୍ ସେଠାରେ ଜଗି ରହିଛନ୍ତି। ଭାଲୁ ରାତିରେ ବୁଲି ସକାଳ ହେବାରୁ ଗଛ ଉପରକୁ ଚଢ଼ିଯାଇଛି। ସନ୍ଧ୍ୟା ହେଲେ ଗଛରୁ ତଳକୁ ଆସିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।
ପ୍ରାପ୍ତ ସୂଚନା ଅନୁସାରେ ଶନିବାର ରାତିରେ ଭାଲୁ ଗାଁ ଭିତରକୁ ପଶି ଆସିଥିଲା। ସକାଳ ହେବାରୁ ଜଙ୍ଗଲକୁ ଯାଇ ନ ପାରି ଜୀବନ ବଞ୍ଚାଇବା ପାଇଁ ଏକ ଆମ୍ବଗଛ ଉପରକୁ ଚଢ଼ିଯାଇଥିବା ଅନୁମାନ କରାଯାଉଛି। ଖବର ପାଇ ସିନାପାଲି ବନ ବିଭାଗ ଫରେଷ୍ଟର ଖଗେଶ୍ୱର ମାଝିଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ଗଛ ଉପରୁ ଭାଲୁକୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ସ୍ଥାନୀୟ ଲୋକେ ହୋହଲ୍ଲା କରିବା ଯୋଗୁ ଭାଲୁକୁ ଉଦ୍ଧାର କରାଯାଇ ପାରି ନ ଥିଲା। ବନ ବିଭାଗଠୁ ସୂଚନା ପାଇ ସିନାପାଲି ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପୋଲିସ କର୍ମଚାରୀମାନେ ଲୋକଙ୍କୁ ଘରକୁ ଯିବା ପାଇଁ କହିଥିବା ବେଳେ ଅମାନିଆଙ୍କୁ ଘଉଡ଼ାଇଥିଲା। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଉଦ୍ଧାର କରିପାରି ନ ଥିବା ବେଳେ ଭାଲୁ ଗଛ ଉପରେ ରହିଛି। ଘଟଣାସ୍ଥଳରେ ଉଭୟ ବିଭାଗ କର୍ମଚାରୀ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri