ଜିଲାପାଳଙ୍କ ବାସଭବନରେ ଭାଲୁ

ନୂଆପଡ଼ା ଅଫିସ,୧୪।୭: ନୂଆପଡ଼ା ଜିଲାପାଳଙ୍କ ସରକାରୀ ବାସଭବନରେ ବୁଧବାର ଭୋରରେ ଏକ ଭାଲୁ ପଶିଆସିଥିଲା। ବାସଭବନ ଭିତରେ ଭାଲୁଟି ବୁଲୁଥିବା ଦେଖି କର୍ମଚାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। ଖବର ପାଇ ବନ୍ୟଜନ୍ତୁ ବିଭାଗ, ବନ ବିଭାଗ, ପୋଲିସ କର୍ମଚାରୀ ପହଞ୍ଚି ଭାଲୁକୁ ଜଗି ରହିଛନ୍ତି। ଜନଗହଳି ଶୂନ୍ୟ ହେଲେ ଭାଲୁକୁ ବାହାର କରିବାର ବ୍ୟବସ୍ଥା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

ଜଙ୍ଗଲରେ ଖାଦ୍ୟର ଅଭାବ ଯୋଗୁ ସ୍ଥାନୀୟ ସାଳିହା ଜଙ୍ଗଳରୁ ଭାଲୁଟି ଚାଲିଆସିଥିବା ଅନୁମାନ କରାଯାଉଛି । ଅନ୍ୟପକ୍ଷେ ଜିଲାପାଳଙ୍କ ସରକାରୀ ବାସଭବନରେ ଆମ୍ବ ସହ ଅନ୍ୟାନ୍ୟ ଫଳ ଗଛ ରହିଛି। ଆମ୍ବ ଖାଇବା ଆଶାରେ ଭାଲୁଟି ବାସଭବନକୁ ଚାଲିଆସିଥିବା କୁହାଯାଉଛି।

ନୂଆପଡ଼ା ଜିଲାରେ ଭାଳୁ ବନବିଭାଗକୁ ନାକେଦମ କଲାଣି  । ଗତ ୮ ତାରିଖରେ ନୂଆପଡ଼ା ମୃର୍ତ୍ତିକା ସଂରକ୍ଷଣ ବିଭାଗ କାର୍ଯ୍ୟାଳୟ ଏକ ଭାଲୁ ପଶି ଆତଙ୍କ ଖେଳାଇ ଥିଲା। ଦୀର୍ଘ ୧୫ ଘଣ୍ଟା ପରେ ବନ ବିଭାଗ ଭାଲୁକୁ ଘଉଡାଇବାରେ ସଫଳ ହୋଇଥିଲା। ଏହି ଘଟଣାର ୭ ଦିନ ପରେ ପୁଣି ଏକ ଭାଲୁ ଜିଲାପାଳଙ୍କ ବାସଭବନରେ ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri