ସଞ୍ଜ ନଇଁଲେ ଗାଁ ଭିତରକୁ ପଶିଆସୁଛନ୍ତି ଭାଲୁ ପଲ: ଲୋକେ ଆତଙ୍କିତ

ଆନନ୍ଦପୁର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଲୋକଙ୍କୁ ନାକେଦମ୍‌ କରିଛି। ବରାଙ୍ଗ ସଂରକ୍ଷିତ ଜଙ୍ଗଲରୁ ସଞ୍ଜ ନଇଁଲେ ଭାଲୁପଲ ଗାଁ ଭିତରକୁ ପଶିଆସୁଛନ୍ତି। ଫଳରେ ରାତି ୮ଟା ପରେ ଘରୁ ପଦାକୁ ବାହାରିବା ଲୋକଙ୍କ ପାଇଁ ବିପଦପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରୁଛି। ଅତି ଜରୁରୀ ହେଲେ ବାହାରକୁ ଯାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଖରାଦିନରେ ଲୋକଙ୍କ ବାଡ଼ିବଗିଚାରେ ଥିବା ବରକୋଳି, ବେଲ, କାଜୁ ଆଦି ଖାଇବା ପାଇଁ ଭାଲୁପଲ ଗାଁକୁ ଆସୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଶନିବାର ସନ୍ଧ୍ୟାରେ ଅଳତୀ ଗ୍ରାମର ମଦନ ମୋହନ ବରାଳଙ୍କ ଘର ଅଗଣାରେ ବେଲ ପାଚି ପଡ଼ିଥିବା ବେଳେ ୩ଟି ଭାଲୁ ବେଲକୁ ଖାଇବା ପରେ ଗାଁ ଭିତରକୁ ପଶି ପ୍ରମୋଦ ବରାଳଙ୍କ ସମେତ ଅନେକ ଲୋକଙ୍କ ବାଡ଼ିରେ ପଶି ଆତଙ୍କ ସୃଷ୍ଟି କରିଥିଲେ। ଗାଁ ଲୋକେ ଉଠି ପାଟି କରିବାରୁ ଭାଲୁଗୁଡିକ ଜଙ୍ଗଲମୁହାଁ ହୋଇଥିଲେ। ଏପରି କି ଗାଁ ମୁଣ୍ଡରେ ଭାଲୁଙ୍କ ସହିତ ଲୋକଙ୍କ ମୁହାଁମୁହିଁ ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ତେବେ ଅଦ୍ୟାବଧି କୌଣସି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ତେବେ ଭାଲୁ ଏକ ହିଂସ୍ର ଜନ୍ତୁ ହୋଇଥିବାରୁ ତା’ଠାରୁ ଦୂରେଇଯିବା ସହ ତାକୁ ତା’ ବାଟରେ ଯିବାକୁ ଦେବାକୁ ବନ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଛି। ତେବେ ଭାଲୁଙ୍କୁ ଘଉଡ଼ାଇବା ଆବଶ୍ୟକ ପଡ଼ିଲେ ବନ କର୍ମଚାରୀଙ୍କୁ ସୂଚନା ଦେବାକୁ କୁହାଯାଇଛି। ଅନ୍ୟପକ୍ଷେ ବନ ବିଭାଗ ପକ୍ଷରୁ ସ୍ଥାୟୀ ପ୍ରତିକାର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଘଟଣା ସମ୍ପର୍କରେ ଆନନ୍ଦପୁର ଡିଏଫ୍‌ଓ ଅଭୟ କୁମାର ଦଳେଇଙ୍କୁ ପଚରାଯିବାରୁ ଏ ନେଇ ଲୋକଙ୍କୁ ସଚେତନ କରାଯାଉଛି। ଏପରି କି ବିଭାଗ ପକ୍ଷରୁ ନିୟମିତ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri