ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ ଖାଇଥିଲେ। ପ୍ରାୟ ପ୍ରତ୍ୟେକ ଦିନ ନିକଟସ୍ଥ ଜଙ୍ଗଲରୁ ୨/୩ଟି ଭାଲୁ ଆସୁଛନ୍ତି। ସନ୍ଧ୍ୟା ହେଲେ ଭାଲୁ ପଶି ଆସୁଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ପୂର୍ବରୁ ସହରର ଅଧିକାଂଶ ଦୋକାନ ରାତି ୯ରୁ ୧୦ଟା ପର୍ଯ୍ୟନ୍ତ ଖୋଲା ରହୁଥିଲା। ୨ ମାସରୁ ଅଧିକ ହେବ ସହରକୁ ଭାଲୁ ଆସିବାଠାରୁ ଅଧିକାଂଶ ଦୋକାନ ୭ ରୁ ୮ଟା ଭିତରେ ବନ୍ଦ ହୋଇଯାଉଛି। ସନ୍ଧ୍ୟାରେ ଭାଲୁ ସହର ଭିତରକୁ ଆସି ରାତି ପାହିବା ପୂର୍ବରୁ ପୁଣି ଚାଲିଯାଉଛନ୍ତି।

ସୂଚନା ଅନୁଯାୟୀ ନୂଆପଡା ସଦର ମହକୁମାଠାରୁ ୩ କିଲୋମିଟର ଦୂରରେ ସାଲିହା ପାହାଡ ରହିଛି। ସେହି ପାହାଡରେ ଭାଲୁ ରହି ଆସୁଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଭାଲୁ କଡିଡର ଭାବରେ ଘୋଷଣା କରାଯାଇଛି। ସେହି ପାହାଡର ରକ୍ଷଣାବେକ୍ଷଣ ଅଭାବ ଓ ପାହାଡ ପରିସରରେ କ୍ରସର ରହିଛି ା ରାତି ହେଲେ ପଥର ବ୍ଲାଷ୍ଟିଂ କରୁଥିବାରୁ ଭାଲୁ ଭୟଭୀତ ହୋଇ ସହର ମୁହାଁ ହେଉଥିବା ଅନୁମାନ କରାଯାଉଛି।

ଅନ୍ୟପକ୍ଷରେ ସେହି ପାହାଡର ଜଙ୍ଗଲ ସଫା ହେବା ସହ ଭାଲୁ ଖାଇବା ଭଳି ଫଳଗଛ ନାହିଁ। ନୂଆପଡ଼ା ବନ ବିଭାଗ ପକ୍ଷରୁ ପ୍ରତିବର୍ଷ ପାହାଡରେ ଚାରା ରୋପଣ କରାଯାଉଥିଲେ ମଧ୍ୟ ବନ୍ୟପ୍ରାଣୀ ଖାଇବା ଭଳି ଫଳଗଛ ଲଗାଯାଉନାହିଁ। ଫଳରେ ଖାଦ୍ୟ ଅନ୍ବେଷଣରେ ଭାଲୁ ସହରକୁ ଆସୁଛନ୍ତି। ନୂଆପଡ଼ା ସହର ଭିତରେ ଘରଗୁଡ଼ିକରେ ପିଜୁଳି, ଅମୃତଭଣ୍ଡା ଓ ଅନ୍ୟାନ୍ୟ ଫଳ ଗଛ ଲଗାଇଛନ୍ତି। ଭାଲୁ ଆସି ବାଡା ଡେଇଁ ଫଳ ଖାଇ ଚାଲିଯାଉଛନ୍ତି। କିଛି ଦିନ ତଳେ ଶିବଶକ୍ତି ନଗର ଏକ ଘର ଆଗରେ ଥିବା ଗଛରୁ ପିଜୁଳି ଖାଇବା ପାଇଁ ମୁଖ୍ୟ ଗେଟ ଡେଉଁଥିବା ବେଳେ କିଛି ଲୋକ ଦେଖି ଭାଲୁକୁ ଘଉଡାଇ ଦେଇଥିଲେ। ଭାଲୁ ଅନ୍ୟ ପଟେ ଚାଲି ଯାଇଥିଲା। ଅଧିକାଂଶ ଲୋକେ କହୁଛନ୍ତି ଖାଦ୍ୟ ଅଭାବରୁ ଭାଲୁ ସହରମୁହାଁ ହେଉଛନ୍ତି। ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?