‘ବାଘ ଇଲାକାରେ ଭାଲୁ ଦାଦାଗିରିକୁ ବରଦାସ୍ତ କରାଯିବ ନାହିଁ’

ପାପଡ଼ାହାଣ୍ଡି, ୭ା୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବିଡିଓଙ୍କୁ କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଦୁର୍ବ୍ୟବହାର କରିଥିବା ନେଇ ବିଜେଡି ଅଭିଯୋଗ କରିଛି। ଏଥିନେଇ ନବରଙ୍ଗପୁର ଜିଲା ବିଜେଡି ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯାଇଛି। ଶତାଧିକ ବିଜେଡି କର୍ମୀ ବ୍ଲକ କାର୍ଯ୍ୟାଳୟ ଆଗରେ ଏକାଠି ହୋଇ ପ୍ରତିବାଦ କରିଥିଲେ। ଏହାପରେ ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ବାହିନୀପତିଙ୍କୁ ଟାର୍ଗେଟକରି ‘ବାଘର ଇଲାକାରେ ଭାଲୁର ଦାଦାଗିରିକୁ ବରଦାସ୍ତ କରାଯିବ ନାହିଁ ’ ବୋଲି ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଉକ୍ତ ଖବରଦାତା ସମ୍ମିଳନୀରେ କହିଛନ୍ତି। ଜଣେ ମହିଳା ଅଧିକାରୀଙ୍କୁ ଘେରି କଂଗ୍ରେସ ନେତା ଓ କର୍ମୀ ଦୁର୍ବ୍ୟବହାର କରିଛନ୍ତି। ବିଧାୟକ ତାଙ୍କୁ ଜାତିଆଣ ଆକ୍ଷେପ କରି ଦୁର୍ନୀତିଗ୍ରସ୍ତ ବୋଲି କହିଥିଲେ। ଏହାକୁ ବିଜେଡି ବରଦାସ୍ତ କରିବ ନାହିଁ ବୋଲି ବିଧାୟକ ରନ୍ଧାରୀ କହିଛନ୍ତି। ଆମ ଅଞ୍ଚଳର ସମସ୍ୟା ବୁଝିବାକୁ ଆମେ ଅଛୁ। ସେ ତାଙ୍କ ଅଞ୍ଚଳର ସମସ୍ୟା ବୁଝନ୍ତୁ ବୋଲି କହି ବିଧାୟକ ରନ୍ଧାରୀ ଖବରଦାତା ସମ୍ମିଳନୀରେ ବାହିନୀପତିଙ୍କ ଉପରେ ବର୍ଷିଥିଲେ। କଂଗ୍ରେସର ଏପରି କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ ବୋଲି ଜିଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ବ୍ଲକ ଅଧ୍ୟକ୍ଷା ହେମଲତା ମାଝି, ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ ବେହେରା, ଜିଲା ପରିଷଦ ସଭ୍ୟ ଯଶବନ୍ତ ନାୟକ, ଜିଲା ଯୁବ ବିଜେଡି ସଭାପତି ଶିବାନନ୍ଦ ବିଶୋଇ, ବ୍ଲକ ବିଜେଡି ସଭାପତି ବିଦ୍ୟାଧର ମଲିକ, ଜିଲା ବିଜେଡି ମିଡିଆ ସଂଯୋଜକ ପରେଶ ଜେନା, ବ୍ଲକ ବିଜେଡି ମହିଳା ସଭାନେତ୍ରୀ ତୁଳସା ଭତରା, ବିଜେଡି ମୈଦଲପୁର ଜୋନ୍‌ ସଭାପତି ଯୁଗଳ ବିଶୋଇ, ବ୍ଲକ ଯୁବ ବିଜେଡି ସଭାପତି ତ୍ରିନାଥ ଲେଙ୍କା, ସୋମନାଥ ବିଷୋୟୀ କହିଛନ୍ତି।
ସୂଚନାନୁଯାୟୀ, ବିଭିନ୍ନ ଦାବି ନେଇ ବୁଧବାରଠାରୁ ପାପଡ଼ାହାଣ୍ଡି ବ୍ଲକ ସମ୍ମୁଖରେ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଥିଲା। ଗୁରୁବାର ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଧାରଣାସ୍ଥଳକୁ ଯାଇଥିଲେ। ସେଠାରେ ସେ ପାପଡ଼ାହାଣ୍ଡି ବିଡିଓ ରଞ୍ଜିତା ମଲ୍ଲିକଙ୍କୁ ଦୁର୍ନୀତିଗସ୍ତ ଅଧିକାରୀ ବୋଲି କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏହାପରେ ବିଧାୟକ ବାହିନୀପତି ବିଡିଓଙ୍କୁ ଦଳିତ ଏବଂ ଦୁର୍ନୀତିଗସ୍ତ ବୋଲି କହିଥିବା ବିଡିଓ ଅଭିଯୋଗ କରିଛନ୍ତି। ଖବରପାଇ ନବରଙ୍ଗପୁର ଏଡିଏମ୍‌ ଭାସ୍କର ରଇତ, ପାପଡ଼ାହାଣ୍ଡି ତହସିଲଦାର ଯୋଗେଶ୍ୱର ଭୋଇ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଯଥାଶୀଘ୍ର ଦାବି ପୂରଣ ହେବ ବୋଲି ବିଡିଓ ପ୍ରତିଶ୍ରୁତି ଦେବା ପରେ କଂଗ୍ରେସର ଧାରଣା ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri