ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ନବୀନ ସରକାରଥିଲେ ଦୋଷୀଙ୍କୁ…

ଭୁବନେଶ୍ୱର,୧୬।୭: ଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଲେଖାଶ୍ରୀ। ମଙ୍ଗଳବାର ଲେଖାଶ୍ରୀ ଖବରଦାତା ସମ୍ମିଳନୀ କରିବା ସହିତ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଏଥି ସହ ସେ କହିଛନ୍ତି ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ମୁଣ୍ଡେଇବାର ନାଟକ କରୁଛନ୍ତି । ଯଦି ମୋହନ ସରକାରର ଆନ୍ତରିକତା ଥାନ୍ତା, ତେବେ ସେ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତେ ।
ଅନ୍ୟପକ୍ଷେ ନବୀନ ସରକାରଙ୍କ ଉଦାହରଣ ଦେଇ ଲେଖାଶ୍ରୀ କହିଛନ୍ତି, ନବୀନ ସରକାର ଥିଲା ବେଳେ ଯିଏ ଦୋଷୀ ହେଉଥିଲା ସାଙ୍ଗେସାଙ୍ଗେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । ସରୋଜ ମେହେର, ପ୍ରଦୀପ ପାଣିଗ୍ରାହୀ, ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ନବୀନ ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ । ହେଲେ ଏଠି କିନ୍ତୁ ସରକାର ୧୦ ଦିନ ହେଲାଣି କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାଁନ୍ତି ବୋଲି ଲେଖାଶ୍ରୀ କହିଥିଲେ ।

ସୂଚନାଯୋଗ୍ୟ, ଗତ ୭ ତାରିଖ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ସମୟରେ ପୁରୀସ୍ଥିତ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଗାଡି ପାଇଁ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ ମାରିବା ଅଭିଯୋଗ ହେଇଥିଲା । ହେଲେ ଏ ଘଟଣାରେ ଏଯାବତ୍‌ ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାଁନ୍ତି ।
ଅନ୍ୟପକ୍ଷେ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ଗୃହ ବିଭାଗକୁ ରାଜ୍ୟ ସରକାର ବଦଳି କରିଛନ୍ତି । ଯାହାକୁ କେନ୍ଦ୍ର କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଲେଖାଶ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri