ମହିଳା ସରପଞ୍ଚଙ୍କୁ ମାଡ଼ : ଭିଡିଓ ଭାଇରାଲ

ପରଜଙ୍ଗ,୨୭।୬(ଡି.ଏନ୍‌.ଏ.): ସର୍ବ ସାଧାରଣରେ ମହିଳା ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ଏପରି ଘଟଣା ଦେଖିବାକୁ ମିଳିଛି ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତରେ। ଗତ ବର୍ଷ କୋଭିଡ୍‌ ସମୟରେ ରନ୍ଧା ଖାଦ୍ୟ ଲୋକମାନଙ୍କୁ ଦିଆଯାଇଥିଲା। ଏହାର ଫାଇଲ ନ ଦେବାରୁ ଏମିତି ଘଟିଛି। ଏପରିକି ମହିଳା ସରପଞ୍ଚ କାଖରେ ପିଲାକୁ ଧରିଥିବା ବେଳେ ତାଙ୍କ ଘୋଷାରି ମାଡ଼ ମରାଯାଉଥିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମହିଳା ସରପଞ୍ଚ ରେଣୁବାଳା ପଳେଇଙ୍କୁ କଙ୍କିଳି ଗ୍ରାମର ଗୋଟିଏ ପରିବାରର ପାଞ୍ଚଜଣ ସଦସ୍ୟ ଘୋଷାଡ଼ି ସଂଘବଦ୍ଧ ଆକ୍ରମଣକରି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ଆକ୍ରମଣକାରୀମାନେ ଉଭୟ ସରପଞ୍ଚ ଓ ତାଙ୍କ ସ୍ବାମୀଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିବା ମଧ୍ୟ ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, କରୋନା ପ୍ରଥମ ଲହର ସମୟରେ ସରକାରଙ୍କ ତରଫରୁ ବିଭିନ୍ନ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଥିଲା । ସେହିପରି କଙ୍କିଳି ପଞ୍ଚାୟତରେ ମଧ୍ୟ ଏକ ମହିଳା ଗୋଷ୍ଠୀକୁ ପଞ୍ଚାୟତ ତରଫରୁ ରନ୍ଧାଖାଦ୍ୟ ବଣ୍ଟନ କରିବାକୁ ଦାୟିତ୍ୱ ଦିଆଯାଇଥିଲା ।  କିନ୍ତୁ ଯେଉଁ ମହିଳା ଗୋଷ୍ଠୀଙ୍କୁ ଏହି ଦାୟିତ୍ୱ ଦିଆଯାଇଥିଲା। ସେହି ଗୋଷ୍ଠୀ ଆଜି ପର୍ଯ୍ୟନ୍ତ ଟଙ୍କା ପାଇ ନ ଥିବା ଅଭିଯୋଗ କରି ସରପଞ୍ଚଙ୍କୁ ବାରମ୍ବାର ପଇସା ମାଗିଆସୁଥିଲେ ଟଙ୍କା ପାଇବାରୁ ବଞ୍ଚିତ ହେବାରୁ ସୋମବାର ଅପରାହ୍ନରେ ଉକ୍ତ ମହିଳା ଗୋଷ୍ଠୀର ସମ୍ପାଦିକା ଲତାଙ୍ଗିନୀ ସାହୁ ଓ କେତେକ ଲୋକ ସରପଞ୍ଚଙ୍କ ଘରକୁ ଯାଇ କରୋନା ସମୟରେ ଦିଆଯାଇଥିବା ଖାଦ୍ୟ ବିଲ୍‌ ଫାଇଲ ମାଗିଥିଲେ। ସେମାନଙ୍କ ପାଖରେ ଫାଇଲ ନାହିଁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଆସିଲେ ବିଲ ଓ ଅନ୍ୟାନ୍ୟ ଖାଦ୍ୟ ଖର୍ଚ୍ଚର ଫାଇଲ ଦେବାକୁ ଉଭୟ ସରପଞ୍ଚ ଓ ତାଙ୍କ ସ୍ବାମୀ କହିଥିଲେ । ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ହାତାହାତି ହେବା ସହ ମାଡିପିଟ ହୋଇଥିଲା ।l ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲୁଛି । ଏହି ଗଣ୍ଡଗୋଳକୁ ନେଇ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri