ପୂର୍ବତନ ସରପଞ୍ଚଙ୍କୁ ବେଲ୍ଟରେ ମାଡ଼, ଭିଡିଓ ଭାଇରାଲ୍‌

ଦଶରଥପୁର,୧୮ା୧୨(ଡି.ଏନ୍‌.ଏ.): ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଅଧୀନ କସପା ପଞ୍ଚାୟତର ପୂର୍ବତନ ସରପଞ୍ଚ ଲକ୍ଷ୍ମୀଧର ସାହୁଙ୍କୁ ଗୁରୁବାର ଅପରାହ୍ନରେ ବିଚ୍‌ରାସ୍ତାରେ ଆକ୍ରମଣ କରାଯାଇଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବାବେଳେ ଯାଜପୁର ଟାଉନ ଥାନା ପୋଲିସ୍‌ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମୁଞ୍ଜର ହେବା ପରେ ସେମାନଙ୍କୁ ଯାଜପୁର ଜେଲ୍‌କୁ ପଠାଇ ଦିଆଯାଇଛି।

ମଙ୍ଗଳପୁର ଥାନା ଖୋସାଲପୁର ଗ୍ରାମର ଦେବଦତ୍ତ ଦାସ ଓ ଛଞ୍ଚିଣା ଘଡ଼େଇ ସାହିର ସନ୍ତୋଷ କୁମାର ମହାନ୍ତିଙ୍କ ସମେତ ୮ ଯୁବକ ଯାଜପୁର-ମଙ୍ଗଳପୁର ରାସ୍ତାର ରାମବାଗ୍‌ ହାଇସ୍କୁଲ ସମ୍ମୁଖରେ ପୂର୍ବତନ ସରପଞ୍ଚ ସାହୁଙ୍କୁ ଅଟକାଇ ଅତର୍କିତ ଆକ୍ରମଣ କରିଥିଲେ। ସାହୁ ଚିତ୍କାର କରିବାରୁ ସ୍ଥାନୀୟ ହାଇସ୍କୁଲ ଛକରେ ଉପସ୍ଥିତ କିଛି ସାଧାରଣ ଜନତାଙ୍କ ସମେତ ବ୍ୟବସାୟୀ ପହଞ୍ଚତ୍ ଆକ୍ରମଣକାରୀ ଯୁବକଙ୍କୁ ଅଟକାଇଥିଲେ। ତଥାପି ସମ୍ପୃକ୍ତ ଯୁବକମାନେ ସାହୁଙ୍କୁ ବେଲ୍ଟରେ ବାଡ଼ାଇବା ସହିତ ମୁଥ ଏବଂ ଗୋଇଠା ମାରିଥିଲେ। ଏଥିସହିତ ସ୍ଥାନୀୟ ଲୋକଙ୍କୁ ଭୟଭୀତ କରିବାକୁ ଉଦ୍ୟମ କରିଥିଲେ। ଶେଷରେ ସ୍ଥାନୀୟ ଲୋକେ ସଂଘବଦ୍ଧ ହୋଇ ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ଗୁରୁତର ସାହୁଙ୍କୁ ଏକ ଅଟୋରେ ଜିଲା ମୁଖ୍ୟଚିକିତ୍ସାଳୟକୁ ପଠାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସାହୁଙ୍କ ପୁଅ ଏନେଇ ଯାଜପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ.୪୬୦/୨୨ରେ ଏକ ମାମଲା ରୁଜୁ କରିଛି। ସୂଚନାଥାଉ କି, ସାହୁଙ୍କ ଗ୍ରାମ ଖୋସାଲପୁର ସମେତ ନିକଟବର୍ତ୍ତୀ ତରପଦା ପଞ୍ଚାୟତରେ ରାଜନୈତିକ ଉଷ୍ମତା ଲାଗି ରହିଛି। ଗତ ପଞ୍ଚାୟତ ନିର୍ବାଚନ ପରଠାରୁ ଏଭଳି ହିଂସା ଦେଖିବାକୁ ମିଳିଛି। ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ପୂର୍ବରୁ ମଙ୍ଗଳପୁର ଥାନାରେ ଅଭିଯୋଗ ହୋଇଥିବାବେଳେ ସେମାନେ ଜାମିନରେ ଆସିଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?