‘ମୋତେ ମାଡ଼ ମାର, ମୋ ସମର୍ଥକଙ୍କୁ ଆକ୍ରମଣ କରନି’

ପଦ୍ମପୁର,୨୪।୧୧(ଡି.ଏନ.ଏ.): ବରଗଡ଼ ଜିଲା ପାଇକମାଳ ବ୍ଲକ ପଥରେଲ ଗାଁରେ ମଙ୍ଗଳବାର ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପାର ଏକ ସମାବେଶ ଚାଲିଥିବା ବେଳେ କିଛି ଅସାମାଜିକ ତତ୍ତ୍ୱ ଆସି ସଭାସ୍ଥଳରେ ମାଇକ୍‌ ଛଡାଇନେଲେ, ଟେଣ୍ଟ ଭାଙ୍ଗିଲେ। ଏହାସହ ଭାଜପା କର୍ମକର୍ତ୍ତାଙ୍କ ଉପରେ ଆକ୍ରମଣ କରି ତାଙ୍କ ଘର ମଧ୍ୟ ଭାଙ୍ଗିଲେ। ଏପରିକି ମୋ ଉପରେ ମଧ୍ୟ ଆକ୍ରମଣ କରିବାକୁ ଉଦ୍ୟମ କଲେ। ସେଠାରେ ଉପସ୍ଥିତ ଗ୍ରାମବାସୀ ସୁରକ୍ଷା ଦେବାରୁ ଆମେ ବର୍ତ୍ତିଗଲୁ। ଏ ସମ୍ପର୍କରେ ପାଇକମାଳ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ଶାସକ ଦଳର ଜଣେ ମନ୍ତ୍ରୀଙ୍କ ଚାପରେ ପୋଲିସ ଅଭିଯୁକ୍ତଙ୍କୁ ଥାନାରୁ ଛାଡିଦେଲା। ଯଦି ମୋ ଉପରେ ରାଗ ଅଛି, ତାହେଲେ ମୋତେ ପଛେ ମାଡ଼ ମାର କିନ୍ତୁ ମୋ ସମର୍ଥକ ଓ କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ କରନାହିଁ। ବୁଧବାର ପଦ୍ମପୁର ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଶାସକ ଦଳର ନେତା ଓ ମନ୍ତ୍ରୀଙ୍କୁ ଏଭଳି କୋହଭରା ନିବେଦନ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଭାଜପା ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ, କ୍ଷେତ୍ରୀୟ ଗଣମାଧ୍ୟମ ପ୍ରଭାରୀ ମାନସ ରଞ୍ଜନ ବକ୍ସି ଏବଂ ଚିନ୍ମୟ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷେ ଭାଜପାର ଏଭଳି ଅଭିଯୋଗ ଉପରେ ବିଜେଡି ନେତୃତ୍ୱଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?