ଶ୍ରେଣୀଗୃହରେ ପାଟି କରିବାରୁ ପିଲାଙ୍କୁ ମାଡ଼

ବେତନଟୀ,୨୬।୭(ଧରଣୀଧର ମହାନ୍ତି): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଆମ୍ବଯୋଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ପାଟି କରିବାରୁ ସୋମବାର ଜଣେ ଶିକ୍ଷୟିତ୍ରୀ ୫ଛାତ୍ରୀଛାତ୍ରଙ୍କୁ ଏକ ବାଉଁଶ ବାଡ଼ିରେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକ ତଥା ଗ୍ରାମବାସୀ ମଙ୍ଗଳବାର ବିଦ୍ୟାଳୟରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। କିଛି ସମୟ ବିଦ୍ୟାଳୟ ପରିସରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ବେତନଟୀ ସରପଞ୍ଚ ପାନମଣୀ ମୁର୍ମୁ , ସମିତି ସଭ୍ୟ ରଣଜିତ ସିଂ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ନାୟକ ଓ ଗ୍ରାମବାସୀଙ୍କ ମଧ୍ୟରେ ଏକ ବୈଠକ ବସିଥିଲେ ମଧ୍ୟ କୌଣସି ସମାଧାନ ହୋଇ ନ ଥିଲା। ପ୍ରଧାନ ଶିକ୍ଷୟିତ୍ରୀ ସମସ୍ତ ଘଟଣା ବେତନଟୀ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇବା ପାଇଁ ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ସୂଚନା ଅନୁଯାୟୀ, ସୋମବାର ପଞ୍ଚମ ଶ୍ରେଣୀ କକ୍ଷକୁ ଏକ ତେଲୁଗୁଣି ପୋକ ପଶି ଆସିବାରୁ ଛାତ୍ରୀଛାତ୍ରମାନେ ଉଚ୍ଚ ସ୍ବରରେ ପାଟି କରିଥିଲେ। ଏହି ସମୟରେ ଶିକ୍ଷୟିତ୍ରୀ ଅଞ୍ଜଳି ବେହେରା ୫ ଛାତ୍ରୀଛାତ୍ରୀଙ୍କୁ ଏକ ବାଉଁଶ ବାଡ଼ିରେ ନିସ୍ତୁକ ମାଡ଼ ମାରିଥିଲେ। ଏ ସଂକ୍ରାନ୍ତରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନାୟକଙ୍କୁ ପଚାରିବାରୁ ୪ଜଣ ଶିକ୍ଷୟିତ୍ରୀଙ୍କୁ ନେଇ ୮ଟି ଶ୍ରେଣୀରେ ପାଠ ପଢ଼ାଇବା ସମ୍ଭବ ହେଉନାହିଁ। ତେବେ ଛାତ୍ରୀଛାତ୍ରଙ୍କୁ ମାଡ଼ ମରାଯାଇଥିବା ବିଷୟରେ ସିଆର୍‌ସିସି ଗୌରହରିତ ପଣ୍ଡିତ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri