ରୋଗୀଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ମାଡ଼

ସମ୍ବଲପୁର,୩୧।୫(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଶାସନ ଥାନା ଅଧୀନ କମଲପଡ଼ାଛକରେ ଥିବା ଏକ ଘରୋଇ କ୍ଲିନିକରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ ଘଟିଛି। ଭୁଲ ଚିକିତ୍ସା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ କ୍ଲିନିକରେ ଭଙ୍ଗାରୁଜା କରିବା ସହ ଏକ ବାଇକ୍‌କୁ ମଧ୍ୟ ପୋଡ଼ି ଦେଇଥିଲେ। କ୍ଲିନିକ ମାଲିକ ତଥା ଡାକ୍ତର ଅଶୋକ କୁମାର ନନ୍ଦଙ୍କୁ ମାଡପିଟ କରି ପୋଲିସରେ ଜିମା ଦେଇଥିଲେ। ଲୋକଙ୍କ ମାଡ଼ରେ ଗୁରୁତର ଡାକ୍ତରଙ୍କୁ ପୋଲିସ ବୁର୍ଲାକୁ ଚିକିତ୍ସା ପାଇଁ ପଠାଇଥିଲା। ଉତ୍ତେଜନା ଲାଗି ରହିବାରୁ କ୍ଲିକନରେ ପୋଲିସ ମୁତୟନ କରାଯାଇଛି।

ଶାସନଥାନା ଅନ୍ତର୍ଗତ ପିପଲପଡ଼ା ଗ୍ରାମର ମାଖନୁ ମୁଣ୍ଡା(୨୦)ଙ୍କୁ ଜ୍ୱର ହେବାରୁ ଚିକିତ୍ସା ପାଇଁ ସେ ଡାକ୍ତର ଅଶୋକ ନନ୍ଦଙ୍କ କ୍ଲିନିକକୁ ଆସିଥିଲେ। ଡାକ୍ତର ତାଙ୍କୁ ଏକ ଇଞ୍ଜେକ୍‌ସନ ଦେବା ପରେ ତାଙ୍କର ଅବସ୍ଥା ଆହୁରି ଗୁରୁତର ହୋଇଯାଇଥିଲା। କିଛି ସମୟରେ ଚିକିତ୍ସାଧିନ ଅବସ୍ଥାରେ ହିଁ ମାଖନୁଙ୍କ ମୃତ୍ୟୁ ଘଟିଥିଲା।

ଫଳରେ ଡାକ୍ତରଙ୍କ ଭୁଲ ଚିକିତ୍ସା ପାଇଁ ମାଖନୁଙ୍କ ମୃତ୍ୟୁ ହୋଇଥିବା ପ୍ରଚାର ହେବା ପରେ ପଡାବାସୀ ଉକ୍ତ କ୍ଲିନିକରେ ପହଞ୍ଚି ଥିଲେ। ଡାକ୍ତରଙ୍କୁ ମାଡ଼ମାରି ଥାନାରେ ଜିମା ଦେବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଥିଲେ। ଥାନା ସମ୍ମୁଖରେ ପାଟିତୁଣ୍ଡ କରିବା ଯୋଗୁ ଥାନା ପରିସରରେ ଉତ୍ତେଜନା ଜାରି ରହିଥିଲା। ଶୁକ୍ରବାର ମାଖନୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିବା ସଦର ଏସ୍‌ଡିପିଓ ତୋଫାନ ବାଗ ସୂଚନା ଦେଇଛନ୍ତି।

ତେବେ ଲୋକଙ୍କ ମାଡରେ ଗୁରୁତର ହୋଇଥିବା ଡାକ୍ତର ଅଶୋକ ନନ୍ଦ କିନ୍ତୁ କାହାରି ବିରୋଧରେ ଏଫ୍‌ଆଇଆର୍‌ ଦେବାକୁ ମନା କରିଥିବା ଏସ୍‌ଡିପିଓ ବାଗ କହିଛନ୍ତି। ତେଣୁ ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ତେବେ ମାଖନୁଙ୍କ ମୃତ୍ୟୁର କାରଣ ଭୁଲ ଚିକିତ୍ସା ନାଁ ଅନ୍ୟ କିଛି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣା ପଡ଼ିବ। ଆଗକୁ ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଏସ୍‌ଡିପିଓ ବାଗ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri