ରୋଗୀଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ମାଡ଼

ସମ୍ବଲପୁର,୩୧।୫(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଶାସନ ଥାନା ଅଧୀନ କମଲପଡ଼ାଛକରେ ଥିବା ଏକ ଘରୋଇ କ୍ଲିନିକରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ ଘଟିଛି। ଭୁଲ ଚିକିତ୍ସା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ କ୍ଲିନିକରେ ଭଙ୍ଗାରୁଜା କରିବା ସହ ଏକ ବାଇକ୍‌କୁ ମଧ୍ୟ ପୋଡ଼ି ଦେଇଥିଲେ। କ୍ଲିନିକ ମାଲିକ ତଥା ଡାକ୍ତର ଅଶୋକ କୁମାର ନନ୍ଦଙ୍କୁ ମାଡପିଟ କରି ପୋଲିସରେ ଜିମା ଦେଇଥିଲେ। ଲୋକଙ୍କ ମାଡ଼ରେ ଗୁରୁତର ଡାକ୍ତରଙ୍କୁ ପୋଲିସ ବୁର୍ଲାକୁ ଚିକିତ୍ସା ପାଇଁ ପଠାଇଥିଲା। ଉତ୍ତେଜନା ଲାଗି ରହିବାରୁ କ୍ଲିକନରେ ପୋଲିସ ମୁତୟନ କରାଯାଇଛି।

ଶାସନଥାନା ଅନ୍ତର୍ଗତ ପିପଲପଡ଼ା ଗ୍ରାମର ମାଖନୁ ମୁଣ୍ଡା(୨୦)ଙ୍କୁ ଜ୍ୱର ହେବାରୁ ଚିକିତ୍ସା ପାଇଁ ସେ ଡାକ୍ତର ଅଶୋକ ନନ୍ଦଙ୍କ କ୍ଲିନିକକୁ ଆସିଥିଲେ। ଡାକ୍ତର ତାଙ୍କୁ ଏକ ଇଞ୍ଜେକ୍‌ସନ ଦେବା ପରେ ତାଙ୍କର ଅବସ୍ଥା ଆହୁରି ଗୁରୁତର ହୋଇଯାଇଥିଲା। କିଛି ସମୟରେ ଚିକିତ୍ସାଧିନ ଅବସ୍ଥାରେ ହିଁ ମାଖନୁଙ୍କ ମୃତ୍ୟୁ ଘଟିଥିଲା।

ଫଳରେ ଡାକ୍ତରଙ୍କ ଭୁଲ ଚିକିତ୍ସା ପାଇଁ ମାଖନୁଙ୍କ ମୃତ୍ୟୁ ହୋଇଥିବା ପ୍ରଚାର ହେବା ପରେ ପଡାବାସୀ ଉକ୍ତ କ୍ଲିନିକରେ ପହଞ୍ଚି ଥିଲେ। ଡାକ୍ତରଙ୍କୁ ମାଡ଼ମାରି ଥାନାରେ ଜିମା ଦେବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଥିଲେ। ଥାନା ସମ୍ମୁଖରେ ପାଟିତୁଣ୍ଡ କରିବା ଯୋଗୁ ଥାନା ପରିସରରେ ଉତ୍ତେଜନା ଜାରି ରହିଥିଲା। ଶୁକ୍ରବାର ମାଖନୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିବା ସଦର ଏସ୍‌ଡିପିଓ ତୋଫାନ ବାଗ ସୂଚନା ଦେଇଛନ୍ତି।

ତେବେ ଲୋକଙ୍କ ମାଡରେ ଗୁରୁତର ହୋଇଥିବା ଡାକ୍ତର ଅଶୋକ ନନ୍ଦ କିନ୍ତୁ କାହାରି ବିରୋଧରେ ଏଫ୍‌ଆଇଆର୍‌ ଦେବାକୁ ମନା କରିଥିବା ଏସ୍‌ଡିପିଓ ବାଗ କହିଛନ୍ତି। ତେଣୁ ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ତେବେ ମାଖନୁଙ୍କ ମୃତ୍ୟୁର କାରଣ ଭୁଲ ଚିକିତ୍ସା ନାଁ ଅନ୍ୟ କିଛି ତାହା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣା ପଡ଼ିବ। ଆଗକୁ ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଏସ୍‌ଡିପିଓ ବାଗ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri