ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର ନାବାଳକ ପୁଅଙ୍କୁ ବାଡିରେ ମାଡ଼ ମାରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରଲା ହୋଇଥିଲା। ଏନେଇ ବ୍ରଜରାଜନଗରର ମାନବାଧିକାର କର୍ମୀ ରବି ସୋନୀ ଶୁକ୍ରବାର ମାନବାଧିକାର କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଦାବି କରିଛନ୍ତି। ଫଳରେ ଜିଲା ପ୍ରଶାସନ ପାଇଁ ଏହା ମୁଣ୍ଡ ବିନ୍ଧାର କାରଣ ହୋଇଛି। ଏଭଳି ସ୍ଥିତିରେ ଜିଲାପାଳ ସରୋଜ କୁମାର ସାମଲ ଘଟଣାର ତଦନ୍ତ ପାଇଁ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ୨ ଦିନ ପରେ ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ତରଫରୁ ମାଡ ଖାଇଥିବା ବୃଦ୍ଧ ବ୍ୟବସାୟୀ ଦେବେନ ଝା ଓ ତାଙ୍କର ନାବାଳକ ପୁଅଙ୍କୁ ଏକ ସ୍ବତନ୍ତ୍ର ଗାଡିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଅଣାଯାଇଥିଲା। ଏପରିକି ମାଜିଷ୍ଟ୍ରେଟ୍‌ ତଥା ଅତିରିକ୍ତ ତହସିଲଦାର ତିର୍କୀଙ୍କୁ ମଧ୍ୟ କାର୍ଯ୍ୟାଳୟକୁ ଡକାଯାଇଥିଲା। ଉପଜିଲାପାଳ ଶିବ ଟପ୍ପୋ ପଚରାଉଚୁରା କରି ଉଭୟଙ୍କ ବୟାନ ରେକର୍ଡ କରିଥିଲେ। ଜିଲା ପ୍ରଶାସନର ପ୍ରାଥମିକ ତଦନ୍ତ ମଧ୍ୟର ଭାଇରାଲ୍‌ ଭିଡିଓକୁ ଦେଖିଲେ ମାଜିଷ୍ଟ୍ରେଟ୍‌ ବ୍ୟବସାୟୀଙ୍କୁ ବାଡିରେ ପିଟୁଥିବା ସ୍ପଷ୍ଟ ହୋଇଛି। ମାଜିଷ୍ଟ୍ରେଟ୍‌ ଜଣଙ୍କ ବ୍ୟବସାୟୀଙ୍କୁ କାହିଁକି ଏବଂ କେଉଁ ପରିସ୍ଥିତିରେ ମାଡ଼ ମାରିଥିଲେ ଏହାର ତଦନ୍ତ ଚାଲିଛି। ତଦନ୍ତ ପରେ ଜିଲାପାଳଙ୍କୁ ଏକ ରିପୋର୍ଟ ପ୍ରଦାନ କରାଯିବ। ପରେ ଜିଲାପାଳ ଯାହାକିଛି ପଦକ୍ଷେପ ନେବେ ବୋଲି ଉପଜିଲାପାଳ ଟପ୍ପୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri