ପ୍ଲାଣ୍ଟ୍‌ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍‌ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍‌ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ମନୋଜ ଆହତ ହୋଇଥିବାବେଳେ ଭାଇଙ୍କୁ ରକ୍ଷା କରିବାକୁ ଯାଇ ଫାର୍ସା ଚୋଟର ଶିକାର ହୋଇଛନ୍ତି ଭଉଣୀ ରଞ୍ଜୁଲତା। ଗୁରୁତର ଅବସ୍ଥାରେ ରଞ୍ଜୁଲତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୪୮୮/୨୧) ରୁଜୁ କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ଥାନା ୟୁନିଟ-୬ ତାରିଣୀ ବସ୍ତିର କାଳିଆ ଓରଫ ସୁଶାନ୍ତ ନାୟକ(୪୨)। ଏଥିରେ ସମ୍ପୃକ୍ତ ଅନ୍ୟ ୩ଜଣ ଅଭିଯୁକ୍ତ ଫେରାର ଥିବାରୁ ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ଗିରିଜା ସଙ୍କର ଚକ୍ରବର୍ତ୍ତୀ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ତାରିଣୀ ବସ୍ତିରେ ରହୁଥିବା ମନୋଜ କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟର ସୁୁପରଭାଇଜର ଦାୟିତ୍ୱରେ ଅଛନ୍ତି। ଅକ୍ସିଜେନ ପ୍ଲାଣ୍ଟରେ ଚୋରି କରିବାକୁ ନେଇ ମଙ୍ଗଳବାର ରାତିରେ ଅଭିଯୁକ୍ତଙ୍କ ସହ ମନୋଜଙ୍କର ବଚସା ହୋଇଥିଲା। ବୁଧବାର ଦିନ ପ୍ରାୟ ୧ଟା ସମୟରେ ମନୋଜ ସାହି ରାସ୍ତାରେ ଯାଉଥିବା ସମୟରେ ୮ରୁ ୯ଜଣ ଅଭିଯୁକ୍ତ ମନୋଜଙ୍କୁ ଘେରିଯାଇ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଡାକ ପକେଇବାରୁ ତାଙ୍କ ଭଉଣୀ ରଞ୍ଜୁଲତା ଦୌଡି ଆସି ଝଗଡା ସମାଧାନ କରି ଭାଇଙ୍କୁ ନେଇଯାଉଥିଲେ। ଏହି ସମୟରେ ପଛରୁ ଜଣେ ଅଭିଯୁକ୍ତ ଆସି ହାତରେ ଧରିଥିବା ଫାର୍ସାରେ ରଞ୍ଜୁଲତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ହାତ ଓ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ପହଞ୍ଚତ୍ୟିବାରୁ ଅଭିଯୁକ୍ତମାନେ ଦୌଡ଼ି ପଳାଇଥିଲେ। ପରେ ତୁରନ୍ତ ରଞ୍ଜୁଲତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚୋରି ଓ ଆକ୍ରମଣ ସଂକ୍ରାନ୍ତରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri