ପ୍ଲାଣ୍ଟ୍‌ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍‌ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍‌ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ମନୋଜ ଆହତ ହୋଇଥିବାବେଳେ ଭାଇଙ୍କୁ ରକ୍ଷା କରିବାକୁ ଯାଇ ଫାର୍ସା ଚୋଟର ଶିକାର ହୋଇଛନ୍ତି ଭଉଣୀ ରଞ୍ଜୁଲତା। ଗୁରୁତର ଅବସ୍ଥାରେ ରଞ୍ଜୁଲତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି। ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୪୮୮/୨୧) ରୁଜୁ କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ଥାନା ୟୁନିଟ-୬ ତାରିଣୀ ବସ୍ତିର କାଳିଆ ଓରଫ ସୁଶାନ୍ତ ନାୟକ(୪୨)। ଏଥିରେ ସମ୍ପୃକ୍ତ ଅନ୍ୟ ୩ଜଣ ଅଭିଯୁକ୍ତ ଫେରାର ଥିବାରୁ ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ଗିରିଜା ସଙ୍କର ଚକ୍ରବର୍ତ୍ତୀ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ତାରିଣୀ ବସ୍ତିରେ ରହୁଥିବା ମନୋଜ କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟର ସୁୁପରଭାଇଜର ଦାୟିତ୍ୱରେ ଅଛନ୍ତି। ଅକ୍ସିଜେନ ପ୍ଲାଣ୍ଟରେ ଚୋରି କରିବାକୁ ନେଇ ମଙ୍ଗଳବାର ରାତିରେ ଅଭିଯୁକ୍ତଙ୍କ ସହ ମନୋଜଙ୍କର ବଚସା ହୋଇଥିଲା। ବୁଧବାର ଦିନ ପ୍ରାୟ ୧ଟା ସମୟରେ ମନୋଜ ସାହି ରାସ୍ତାରେ ଯାଉଥିବା ସମୟରେ ୮ରୁ ୯ଜଣ ଅଭିଯୁକ୍ତ ମନୋଜଙ୍କୁ ଘେରିଯାଇ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଡାକ ପକେଇବାରୁ ତାଙ୍କ ଭଉଣୀ ରଞ୍ଜୁଲତା ଦୌଡି ଆସି ଝଗଡା ସମାଧାନ କରି ଭାଇଙ୍କୁ ନେଇଯାଉଥିଲେ। ଏହି ସମୟରେ ପଛରୁ ଜଣେ ଅଭିଯୁକ୍ତ ଆସି ହାତରେ ଧରିଥିବା ଫାର୍ସାରେ ରଞ୍ଜୁଲତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ହାତ ଓ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ପହଞ୍ଚତ୍ୟିବାରୁ ଅଭିଯୁକ୍ତମାନେ ଦୌଡ଼ି ପଳାଇଥିଲେ। ପରେ ତୁରନ୍ତ ରଞ୍ଜୁଲତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚୋରି ଓ ଆକ୍ରମଣ ସଂକ୍ରାନ୍ତରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ବର୍ଷା ପାଣି ଯୋଗୁ ଧସିଲା ପୋଲର ସୁରକ୍ଷା ପାଚେରୀ, ଭୟରେ ପଞ୍ଚାୟତବାସୀ

ନନ୍ଦପୁର ୨୫।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ଖେମୁଣ୍ଡୁଗୁଡା ପଞ୍ଚାୟତକୁ ସଂଯୋଗୀ ଆରଡି ରାସ୍ତାରେ ଥିବା ଏକ…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ…

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ  ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨…

‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri