ଥାନାରେ ପୋଲିସକୁ ମାଡ଼

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି, ୧୪ା୯(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନାରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଗିରଫଦାରିର ପ୍ରତିବାଦରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଥାନାରେ ପଶି ପୋଲିସକୁ ଅତର୍କିତ ଆକ୍ରମଣ କରିଛନ୍ତି। ଏଥିରେ ୮ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। କେବଳ ଏତିକି ନୁହେଁ, ଉତ୍ତ୍ୟକ୍ତ ଲୋକେ ଥାନାରେ ଭଙ୍ଗାରୁଜା କରିବା ସହ ନ୍ୟାୟ ଦାବିରେ ଧାରଣା ଦେଇଛନ୍ତି। ଅଡ଼ବା ଥାନା ଅନ୍ତର୍ଗତ ଝରଣାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରିଥିଲା। ବିଶ୍ବନାଥ ଭୂୟଁା ନାମକ ଜଣେ ବ୍ୟକ୍ତିଙ୍କ ପାଖରୁ ୨୦୭ କେ.ଜି. ଗଞ୍ଜେଇ ଜବତ ହୋଇଥିବା ଦର୍ଶାଇ ତାଙ୍କୁ ଥାନାକୁ ଉଠାଇ ଆଣି ଗିରଫ କରିଥିଲା। ହେଲେ ଗ୍ରମାବାସୀ ଏହାକୁ ମାନି ନ ଥିଲେ। ପୋଲିସ ଜାଣିଶୁଣି ନିରୀହ ଲୋକଙ୍କୁ ହଇରାଣ କରୁଥିବା ଗଁା ଲୋକେ ଅଭିଯୋଗ କରିଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ସକାଳେ ଶତାଧିକ ଲୋକ ଅଡ଼ବା ଥାନା ସମ୍ମୁଖରେ ରୁଣ୍ଡ ହୋଇ ଧାରଣାରେ ବସିଥିଲେ। ତୁରନ୍ତ ବିଶ୍ବନାଥଙ୍କୁ ଖଲାସ କରାଯାଉ ବୋଲି ପୋଲିସ ପାଖରେ ସେମାନେ ଦାବି କରିଥିଲେ। ଏହାକୁ ନେଇ ପୋଲିସ ସହ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ପରେ ଉତ୍ତ୍ୟକ୍ତ ଲୋକେ ଥାନା ଭିତରକୁ ଧସେଇ ପଶି ଲଙ୍କାକାଣ୍ଡ ଭିଆଇଥିଲେ। ସେମାନେ ପୋଲିସକୁ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିଥିଲେ। ଏଥିସହ ଥାନାରେ ଥିବା କମ୍ପ୍ୟୁଟର ଓ ଅନ୍ୟ ଆସବାବପତ୍ର ଭଙ୍ଗାରୁଜା କରିଥିଲେ। ପରେ ୫ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଥାନା ଘେରାଉ କରିବା ସହ ମିଥ୍ୟା ମାମଲା ପ୍ରତ୍ୟାହାର ଦାବି ନେଇ ଧାରଣା ଦେଇଥିଲେ। ମାମଲା ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବୁ ନାହିଁ ବୋଲି ସେମାନେ ଜିଦ୍‌ ଧରିଥିଲେ। ଖବର ଜଣାପଡିବା ଆର୍‌. ଉଦୟଗିରି ଏସ୍‌ଡିପିଓ ଦିଲୀପ ନାୟକ ଏବଂ ମୋହନା ବିଡିଓ ତପସ୍ବିନୀ ହଁାସଦା ସେଠାରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ କିଛି ସୁଫଳ ମିଳି ନ ଥିଲା। ପରେ ଉପଜିଲାପାଳ, ମାଜିଷ୍ଟ୍ରେଟଙ୍କ ସହ ଅଧିକ ପୋଲିସ ଫୋର୍ସ ନେଇ ପହଞ୍ଚିବା ପରେ ମଧ୍ୟ ସ୍ଥିତିରେ ସୁଧାର ନ ଆସିବାରୁ ସନ୍ଧ୍ୟାରେ ସ୍ଥାନୀୟ ଜନ ପ୍ରତିନିଧି ଓ ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ଶାନ୍ତି କମିଟି ଗଠନ କରାଯାଇଥିଲା। ଜିଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତିଙ୍କ ନେତୃତ୍ୱରେ ଏସ୍‌ପି ଜୟରାମ ଶତପଥୀ, ପୋଲିସ ଏବଂ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ବୈଠକ ବସି ଆଲୋଚନା ପରେ ପରିସ୍ଥିତି ଶାନ୍ତ ପଡ଼ିଛି। ଗଞ୍ଜେଇ ଚାଲାଣ ନେଇ ରୁଜୁ ହୋଇଥିବା ମାମଲା ନଂ.୧୧୦/୨୨ ଆଇନ ଅନୁଯାୟୀ ଚାଲିବ। ଅନ୍ୟପକ୍ଷରେ ଥାନାରେ ଭଙ୍ଗାରୁଜା ଓ ପୋଲିସ ଉପରେ ଆକ୍ରମଣ ଘଟଣାକୁ ନେଇ ଶାନ୍ତି କମିଟିର ଆଉ ଏକ ବୈଠକ ବସିବ ବୋଲି ନିଷ୍ପତ୍ତି ହୋଇଥିବା ଜିଲା ପରିଷଦ ଅଧ୍ୟକ୍ଷ ସୂଚନା ଦେଇଛନ୍ତି।w


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri