ଥାନାରେ ପୋଲିସକୁ ମାଡ଼

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି, ୧୪ା୯(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନାରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଗିରଫଦାରିର ପ୍ରତିବାଦରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଥାନାରେ ପଶି ପୋଲିସକୁ ଅତର୍କିତ ଆକ୍ରମଣ କରିଛନ୍ତି। ଏଥିରେ ୮ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। କେବଳ ଏତିକି ନୁହେଁ, ଉତ୍ତ୍ୟକ୍ତ ଲୋକେ ଥାନାରେ ଭଙ୍ଗାରୁଜା କରିବା ସହ ନ୍ୟାୟ ଦାବିରେ ଧାରଣା ଦେଇଛନ୍ତି। ଅଡ଼ବା ଥାନା ଅନ୍ତର୍ଗତ ଝରଣାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରିଥିଲା। ବିଶ୍ବନାଥ ଭୂୟଁା ନାମକ ଜଣେ ବ୍ୟକ୍ତିଙ୍କ ପାଖରୁ ୨୦୭ କେ.ଜି. ଗଞ୍ଜେଇ ଜବତ ହୋଇଥିବା ଦର୍ଶାଇ ତାଙ୍କୁ ଥାନାକୁ ଉଠାଇ ଆଣି ଗିରଫ କରିଥିଲା। ହେଲେ ଗ୍ରମାବାସୀ ଏହାକୁ ମାନି ନ ଥିଲେ। ପୋଲିସ ଜାଣିଶୁଣି ନିରୀହ ଲୋକଙ୍କୁ ହଇରାଣ କରୁଥିବା ଗଁା ଲୋକେ ଅଭିଯୋଗ କରିଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ସକାଳେ ଶତାଧିକ ଲୋକ ଅଡ଼ବା ଥାନା ସମ୍ମୁଖରେ ରୁଣ୍ଡ ହୋଇ ଧାରଣାରେ ବସିଥିଲେ। ତୁରନ୍ତ ବିଶ୍ବନାଥଙ୍କୁ ଖଲାସ କରାଯାଉ ବୋଲି ପୋଲିସ ପାଖରେ ସେମାନେ ଦାବି କରିଥିଲେ। ଏହାକୁ ନେଇ ପୋଲିସ ସହ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ପରେ ଉତ୍ତ୍ୟକ୍ତ ଲୋକେ ଥାନା ଭିତରକୁ ଧସେଇ ପଶି ଲଙ୍କାକାଣ୍ଡ ଭିଆଇଥିଲେ। ସେମାନେ ପୋଲିସକୁ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିଥିଲେ। ଏଥିସହ ଥାନାରେ ଥିବା କମ୍ପ୍ୟୁଟର ଓ ଅନ୍ୟ ଆସବାବପତ୍ର ଭଙ୍ଗାରୁଜା କରିଥିଲେ। ପରେ ୫ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଥାନା ଘେରାଉ କରିବା ସହ ମିଥ୍ୟା ମାମଲା ପ୍ରତ୍ୟାହାର ଦାବି ନେଇ ଧାରଣା ଦେଇଥିଲେ। ମାମଲା ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବୁ ନାହିଁ ବୋଲି ସେମାନେ ଜିଦ୍‌ ଧରିଥିଲେ। ଖବର ଜଣାପଡିବା ଆର୍‌. ଉଦୟଗିରି ଏସ୍‌ଡିପିଓ ଦିଲୀପ ନାୟକ ଏବଂ ମୋହନା ବିଡିଓ ତପସ୍ବିନୀ ହଁାସଦା ସେଠାରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ କିଛି ସୁଫଳ ମିଳି ନ ଥିଲା। ପରେ ଉପଜିଲାପାଳ, ମାଜିଷ୍ଟ୍ରେଟଙ୍କ ସହ ଅଧିକ ପୋଲିସ ଫୋର୍ସ ନେଇ ପହଞ୍ଚିବା ପରେ ମଧ୍ୟ ସ୍ଥିତିରେ ସୁଧାର ନ ଆସିବାରୁ ସନ୍ଧ୍ୟାରେ ସ୍ଥାନୀୟ ଜନ ପ୍ରତିନିଧି ଓ ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ଶାନ୍ତି କମିଟି ଗଠନ କରାଯାଇଥିଲା। ଜିଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତିଙ୍କ ନେତୃତ୍ୱରେ ଏସ୍‌ପି ଜୟରାମ ଶତପଥୀ, ପୋଲିସ ଏବଂ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ବୈଠକ ବସି ଆଲୋଚନା ପରେ ପରିସ୍ଥିତି ଶାନ୍ତ ପଡ଼ିଛି। ଗଞ୍ଜେଇ ଚାଲାଣ ନେଇ ରୁଜୁ ହୋଇଥିବା ମାମଲା ନଂ.୧୧୦/୨୨ ଆଇନ ଅନୁଯାୟୀ ଚାଲିବ। ଅନ୍ୟପକ୍ଷରେ ଥାନାରେ ଭଙ୍ଗାରୁଜା ଓ ପୋଲିସ ଉପରେ ଆକ୍ରମଣ ଘଟଣାକୁ ନେଇ ଶାନ୍ତି କମିଟିର ଆଉ ଏକ ବୈଠକ ବସିବ ବୋଲି ନିଷ୍ପତ୍ତି ହୋଇଥିବା ଜିଲା ପରିଷଦ ଅଧ୍ୟକ୍ଷ ସୂଚନା ଦେଇଛନ୍ତି।w


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri