ପୋଲିସକୁ ପିଟିଥିଲେ: ଏବେ ଗିରଫ ଭୟରେ…

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ମିଛାପାଳି ପଞ୍ଚାୟତ ବରକୋଟ ଗାଁରେ ଶୁକ୍ରବାର ରାତ୍ରିରେ ପୋଲିସ ଉପରକୁ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୋଲିସ ଗାଁର ୧୬ଜଣଙ୍କ ନାମରେ ମାମଲା ରୁଜୁ କରିବା ସହ ୩ ଜଣଙ୍କୁ ଆଣି ଥାନାରେ ଅଟକ ରଖି ପଚାରାଉଚରା କରୁଛି। ଗିରଫ ଭୟରେ ଗାଁ ଜନଶୂନ୍ୟ ହୋଇପଡିଛି। ମାମଲା ରୁଜୁ ହୋଇଥିବା ଅଭିଯୁକ୍ତମାନେ ହେଲେ ମନୋଜ ସାହୁ, ଜୟରାମ ସାହୁ, ଗଣ୍ଡାରାମ ସାହୁ, ଯଦୁମଣି ସାହୁ, କେଶବ ସାହୁ, ରିଙ୍କୁ ସାହୁ, ଧର୍ମେନ୍ଦ୍ର ସାହୁ, ବିକୁ ସାହୁ, ଆକାଶ ସାହୁ, ସୌମ୍ୟ ରଞ୍ଜନ ସାହୁ, କଲ୍ୟାଣୀ ସାହୁ, ମଞ୍ଜୁଲତା ସାହୁ, ଗୋଲାପ ସାହୁ, କାନ୍ତି ସାହୁ, ରଜନୀ ସାହୁ ଓ ସୁଜାତା ସାହୁ।
ସୂଚନା ଅନୁସାରେ ମେ’ ୩୦ରେ ବରକୋଟ ଗାଁରେ ବିଦ୍ୟୁତ୍‌ କାଟକୁ ନେଇ ଗାଁ ଲୋକେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କୁ ୩ ଘଣ୍ଟା ଖରାରେ ବସାଇଥିଲେ। ଏ ନେଇ ବିଦ୍ୟୁତ୍‌ କର୍ମଚାରୀ ଗାଁର କେତେଜଣ ବ୍ୟକ୍ତିଙ୍କ ନାମରେ କୋମନା ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାର ତଦନ୍ତ କରି ପୋଲିସ ଗ୍ରାମର ଅଶୋକ ସାହୁଙ୍କ ନାମରେ ମାମଲା ରୁଜୁ କରିଥିଲା। ଗିରଫ ଭୟରେ ଅଶୋକ ଫେରାର ଥିଲେ। ସେ ଘରକୁ ଆସିଥିବା ଖବର ପାଇ ପୋଲିସ ଟିମ୍‌ ଶୁକ୍ରବାର ରାତ୍ରିରେ ତାଙ୍କୁ ଗିରଫ କରିବାକୁ ଯାଇ ପରିବାର ଲୋକଙ୍କ ଆକ୍ରମଣର ଶିକାର ହୋଇଥିଲେ। ଏଥିରେ ଜଣେ ଏସ୍‌ଆଇ,ଏଏସ୍‌ଆଇ ଓ ୬ ଜଣ କନଷ୍ଟେବଳ ଆହତ ହୋଇଥିଲେ। ଏହି ଘଟଣା ପରେ ଶନିବାର ନୂଆପଡା ଏସ୍‌ପି ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ଅନ୍ୟ ପୋଲିସ ଅଧିକାରୀଙ୍କ ସହ ବରକୋଟ ଗାଁକୁ ଯାଇ ସରଜମିନ ତଦନ୍ତ କରି ଫେରିଛନ୍ତି। ଗିରଫ ଭୟରେ ଗାଁ ଜନଶୂନ୍ୟ ହୋଇପଡିଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବାରୁ କାହାରିକୁ ଗିରଫ କରାଯାଇ ନାହିଁ। ପୋଲିସ ଜଣେ ଯୁବତୀ, ଜଣେ ବିଧବା ମହିଳା ଓ ଅନ୍ୟ ଜଣେ ବୃଦ୍ଧାଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ପୋଲିସ ଉପରେ ଅତର୍କିତ ଆକ୍ରମଣ ଓ ପୋଲିସ ଗାଡି ଭାଙ୍ଗି ଥିବାରୁ ପୋଲିସ ନିଜଆଡୁ ଏକ ମାମଲା (ନଂ.୧୩୫/୨୪) ରୁଜୁକରି ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଉଦ୍ୟମ ଜାରି ରଖିଛି।
ଏ ସମ୍ପର୍କରେ କୋମନା ଥାନା ଅଧିକାରୀ ସୁମନ୍ତ ନାଏକଙ୍କୁ ପଚାରିବାରୁ ୧୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି ବୋଲି କହିଥିଲେ। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଇନ୍ଦ୍ରମଣି ବେହେରାଙ୍କୁ ପଚାରିବାରୁ ଶୁକ୍ରବାର ରାତ୍ରିରେ ଜଣେ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ କୋମନା ପୋଲିସ ଟିମ୍‌ ବରକୋଟ ଗାଁକୁ ଯାଇଥିଲା। ସେ ସମୟରେ ପୋଲିସ ଉପରେ ଆକ୍ରମଣ ହୋଇଥିଲା। ସେଥିରେ ୮ ଜଣ କର୍ମଚାରୀ ଆହତ ହୋଇଥିଲେ। ଏହାର ତଦନ୍ତ ଚାଲିଛି। ଅଭିଯୁକ୍ତମାନଙ୍କୁ ବହୁତ ଶୀଘ୍ର ଧରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?